କଟକ: ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫୯୦୩ ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଏପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୩୨ଟି ମାମଲା ରୁଜୁ କରାଯାଇଛି । ଏହି ୩୨ଟି ମାମଲା ମଧ୍ୟରୁ ୩୧ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ ଗୋଟିଏ ମାମଲା ହୋମ କ୍ୱାରେନଣ୍ଟାଇନ ଉଲ୍ଲଂଘନ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ