କଟକ: ତାଲାବନ୍ଦ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭,୦୩୨ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି(ସୋମବାର) ସକାଳୁ ଆଜି(ମଙ୍ଗଳବାର) ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୦ ଟି ମାମଲା ରୁଜୁ କରାଯାଇଛି । ଏହି ୨୦ ଟି ମାମଲା ମଧ୍ୟରୁ ୧୫ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ହୋମ କ୍ବାରେଣ୍ଟାଇନ ନିୟମ ଉଲ୍ଳଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ୪ ଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ