ETV Bharat / state

Land Dispute: ସାବତ ମା’ ଓ ଭାଇର କୋଟୁରୀ ଚୋଟରେ ଭାଇ ଗୁରୁତର

author img

By

Published : May 12, 2022, 10:23 PM IST

ଜମିବାଡ଼ି କଳିକୁ ନେଇ ସାବତ ମା’ ଓ ଭାଇ କଲେ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ । ଅଧିକ ପଢନ୍ତୁ

Land Dispute: ସାବତ ମା ଓ ଭାଇର କୋଟୁରୀ ଚୋଟରେ ଭାଇ ଗୁରୁତର

ନିଆଳି: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣିଲା ସାବତ ଭାଇ ଏବଂ ସାବତ ମାଆ । ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ । ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୋଲିସ ଗିରଫ କରିଛି ।

ସରାଟ ଗ୍ରାମର ସଞ୍ଜୟ ବେହେରା ଆଜି(ଗୁରୁବାର) ସକାଳୁ ଖାଇବା ପରେ ହାତ ଧୋଉଥିଲେ । ଏହି ସମୟରେ ସଞ୍ଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା । ଏହାସହ ସଞ୍ଜୟଙ୍କ ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଞ୍ଜୟଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ସଞ୍ଜୟ ଲହୁଲୁହାଣ ହୋଇପଡ଼ିଥିଲେ । ତୁରନ୍ତ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଞ୍ଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି ।

ନିଆଳିରୁ ଉମେଶ ଚନ୍ଦ୍ର ମଲ୍ଲିକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.