କଟକ: କଟକ ମହାନଗର ନିଗମରେ ଆଜି ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ 14 ଜଣ କ୍ବାରେଣ୍ଟିନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ 24 ହୋମ କ୍ବାରେଣ୍ଟିନରୁ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ କିଛି ସ୍ଥାନୀୟ ସଂକ୍ରମଣ ବୋଲି ଜଣାପ଼ଡିଛି। ସେହିପରି ଆଜି ଆଉ 2 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୪ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ବର୍ତ୍ତମାନ ସୁଦ୍ଧା ୧୩ ହଜାର ୨୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି ୬୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ୮୭୯ ଜଣ ଆକ୍ରାନ୍ତ ବର୍ତ୍ତମାନ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିବା ସିଏମସି ପକ୍ଷରୁ ସୂଚନା ମିଳିଛି । ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ