ETV Bharat / state

ସ୍କୁଲ ଫି' ବୃଦ୍ଧି ପ୍ରସଙ୍ଗରେ ହାତ ଟେକିଦେଲେ ସରକାର, କହିଲେ ନାହିଁ ଏନେଇ ଆଇନ

author img

By

Published : Dec 2, 2020, 5:47 PM IST

Updated : Dec 2, 2020, 9:09 PM IST

ସ୍କୁଲ ଫି'ଛାଡ ଆବେଦନ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସ୍କୁଲ ଫି' ଉପରେ କୌଣସି କତ୍ତୃତ୍ବ ନଥିବା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି ରାଜ୍ୟ ସରକାର ।

high court
ସ୍କୁଲ ଫି' ବୃଦ୍ଧି ପ୍ରସଙ୍ଗରେ ହାତ ଟେକିଦେଲେ ସରକାର

କଟକ: ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରି ରାଜ୍ୟରେ ସ୍କୁଲ ଫି ପରିଚାଳନା ପାଇଁ କୌଣସି ଆଇନ ନଥିବା ସ୍ପଷ୍ଟ କରିଛନ୍ତି ରାଜ୍ୟ ସରକାର। ଗତ ସେପ୍ଟେମ୍ବର ୧୦ ତାରିଖରେ ଏ ସଂକ୍ରାନ୍ତରେ ଏମଓୟୁ ସ୍ବାକ୍ଷରିତ ହୋଇଥିବା ଓ ଫି ହ୍ରାସ ଏମଓୟୁ ଅନୁଯାୟୀ ନିଷ୍ପତ୍ତି ନେବାକୁ ପୁନଃଶ୍ଚ ମତ ଦୋହରାଇଛନ୍ତି ସରକାର।

ତେବେ ଅନ୍ୟ ରାଜ୍ୟରେ ସ୍କୁଲ ଫି ପରିଚାଳନା ପାଇଁ ପଲିସି ଥିବା ବେଳେ ଓଡ଼ିଶାରେ କାହିଁକି ଏଭଳି ପଲିସି ନାହିଁ ବୋଲି ପ୍ରଶ୍ନ କରିଛନ୍ତି ହାଇକୋର୍ଟ। ଆସନ୍ତା ୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଧାର୍ଯ୍ୟ କରାଯାଇଛି। ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟରେ ଗତ ୨୩ ତାରିଖରେ ଶୁଣାଣି ହୋଇଛି । ରାଜ୍ୟ ସରକାରଙ୍କର ଘରୋଇ ସ୍କୁଲ ଉପରେ କତୃତ୍ବ ଅଛି କି ନାହିଁ ଓ କୋରୋନା ପାଇଁ ଫି କମାଯିବା ନେଇ ରାଜ୍ୟ ସରକାରଙ୍କର ଅଭିମତ କଣ ସେ ସମ୍ପର୍କରେ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଏପଟେ ଅଭିଭାବକ ମହାସଙ୍ଘ ସତ୍ୟପାଠ ମାଧ୍ୟମରେ ଦର୍ଶାଇଥିଲେ ଯେ, ପଞ୍ଜାବ ଓ ହରିଆନା ସରକାରଙ୍କ ପକ୍ଷରୁ ସ୍କୁଲ ଫି କମାଇବାକୁ ନିଷ୍ପତ୍ତି ନେଇଛନ୍ତି। ସେହିଭଳି ରାଜସ୍ଥାନ ସରକାର ୪୦ ପ୍ରତିଶତ ଫି କମାଇବା ସହ ସମସ୍ତ ଆନୁଷଙ୍ଗିକ ଚାର୍ଜ କମାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପୂର୍ବରୁ ନିଜର ମତାମତ ଓଡ଼ିଶା ହାଇକୋର୍ଟଙ୍କ ନିକଟରେ ଉପସ୍ଥାପିତ କରିଥିଲେ। ରାଜ୍ୟ ସରକାର ଏ ନେଇ ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକ ସଙ୍ଘ ସହ ଏମଓୟୁ କରିଥିବା ବେଳେ ତାହା ଅନୁଯାୟୀ ହାଇକୋର୍ଟ ନିର୍ଦ୍ଦେଶ ନାମା ଦିଅନ୍ତୁ ବୋଲି ମତାମତ ରଖିଛି ଗଣଶିକ୍ଷା ବିଭାଗ। ଓଡିଶା ଅଭିଭାବକ ମହାସଂଘ କୋରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ହାଇକୋର୍ଟରେ ରୁଜୁ କରିଛି ମାମଲା। ସାତୋଟି ସ୍ଲାବରେ ଫି ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ରଖିଥିଲେ ପ୍ରସ୍ତାବ। ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି ବେଳେ ହାଇକୋର୍ଟ ଏହାର ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷକ ସଂଘ ଓ ଅଭିଭାବକ ମହାସଂଘର ମିଳିତ ବୈଠକ ଆୟୋଜନ ହୋଇଥିଲା। ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ କିଛି ପ୍ରତିଶତ ସ୍କୁଲ ଫି କମାଇଦେବାକୁ ସ୍କୁଲ ଗୁଡିକୁ ଅନୁରୋଧ କରିଥିଲେ। ବୈଠକରେ ସକରାତ୍ମକ ଆଲୋଚନା ହେବା ସହ ବୈଠକରେ ବାହାରିଥିବା ନିର୍ଯ୍ୟାସକୁ ନେଇ ହାଇକୋର୍ଟରେ ସରକାରଙ୍କ ପକ୍ଷରୁ ଏକ ରିପୋର୍ଟ ଉପସ୍ଥାପିତ ହୋଇଥିଲା।

ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ସରକାର କରିଥିବା ଏମଓୟୁ ଅନୁଯାୟୀ, ବାର୍ଷିକ ୬ ହଜାର ଫି ଦେଉଥିବା ଛାତ୍ର ଛାତ୍ରୀଙ୍କର କୌଣସି ଫି ଛାଡ଼ ହେବନାହିଁ। ୬ ହଜାରରୁ ୧୨ ହଜାର ପର୍ଯ୍ୟନ୍ତ ୭.୫ ପ୍ରତିଶତ, ୧୨ ହଜାରରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪ ହଜାରରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮ ହଜାରରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ଥିଲେ ୨୬ ପ୍ରତିଶତ ଫି କମାଇଦେବାକୁ ସରକାର ଚୁକ୍ତି କରିବା ସହ ଗତ ସେପ୍ଟେମ୍ବର ୨୯ ତାରିଖରେ ଏ ନେଇ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଛନ୍ତି।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Dec 2, 2020, 9:09 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.