ଜଗତସିଂହପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି(ଗୁରୁବାର) ସନ୍ଧ୍ୟାରେ ଜିଲ୍ଲାସ୍ତରୀୟ ଉତ୍କଳ ଦିବସ ସ୍ଥାନୀୟ ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଛି । ଏହି ଅବସରରେ ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ତଥା ଡିନ୍ ସୂର୍ଯ୍ୟ ନାରାୟଣ ମିଶ୍ର, ଯୋଗଦେଇ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ଆଲୋକ ପାତ କରିଥିଲେ ।
ସଂସ୍କୃତି, ପରମ୍ପରା ଓ ଐତିହ୍ୟର ମୂଳପିଣ୍ଡ ହେଉଛି ଓଡ଼ିଶା । ଓଡିଶା ଏକ ସାଂସ୍କୃତିକ ଭୁଖଣ୍ଡ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ରାଜଶ୍ରୀ ମଲ୍ଲିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ବିଶ୍ୱାଳ, ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ପ୍ରମୂଖ ଉତ୍କଳ ଦିବସ ଓ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ପର୍କରେ ଆଲୋକପାତ କରିଥିଲେ ।
ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ