ETV Bharat / state

ହାଇକୋର୍ଟରେ ରତ୍ନଭଣ୍ଡାର ମାମଲା, ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ କୋର୍ଟ

author img

By ETV Bharat Odisha Team

Published : Sep 26, 2023, 4:38 PM IST

Updated : Sep 26, 2023, 5:32 PM IST

ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମାମଲା । ଆଜି ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ କୋର୍ଟ । ଅଧିକ ପଢନ୍ତୁ

Puri Sri Mandir Ratna Bhandar Case
Puri Sri Mandir Ratna Bhandar Case
ହାଇକୋର୍ଟରେ ରତ୍ନଭଣ୍ଡାର ମାମଲା, ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ କୋର୍ଟ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ପ୍ରସଙ୍ଗ । ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ । ଆବେଦନକାରୀ ସମୀର ମହାନ୍ତିଙ୍କ ପକ୍ଷରୁ ଦାୟର ହୋଇଥିବା ମାମଲାର ଶୁଣାଣି କରି କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ରତ୍ନଭଣ୍ଡାର ଅସୁରକ୍ଷିତ ରହିଥିବା ନେଇ ASI ଅବଗତ କରିଥିଲେ ବି ଏହାର ସୁରକ୍ଷିତ ପାଇଁ ରାଜ୍ୟ ସରକାର କିମ୍ବା ମନ୍ଦିର ପ୍ରଶାସନ କୌଣସି ପ୍ରକାର ପଦକ୍ଷେପ ନେଉନାହାନ୍ତି । ତେବେ ଏହାର ସୁରକ୍ଷା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଆବେଦନକାରୀ କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି ।

ରତ୍ନଭଣ୍ଡାରରେ ଥିବା ଅଳଙ୍କାରର ଯାଞ୍ଚ କରିବାକୁ ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ତେବେ ଏହି ଆବେଦନର ଶୁଣାଣି କରି କୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି । ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ ସୁବାଶିଷ ତାଳପତ୍ର ଏବଂ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠ ରେ ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ।

ASI ସତ୍ୟପାଠରେ କଣ ଦର୍ଶାଇଥିଲା ? :- ରତ୍ନ ଭଣ୍ଡାରର ସଂରକ୍ଷଣ ନିହାତି ଆବଶ୍ୟକ ବୋଲି ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଏଏସଆଇ । ତେବେ ମାମଲା ଏବେ କୋର୍ଟରେ ବିଚରାଧୀନ ରହିଛି । ତେଣୁ ମରାମତି ପାଇଁ କୋର୍ଟ ଅନୁମତି ଦେଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ଗଣମାଧ୍ୟମ ଆଗରେ ବୟାନ ରଖିଛନ୍ତି ଏଏସଆଇ ଅଧୀକ୍ଷଣ ଯନ୍ତ୍ରୀ ଡଃ ବିବି ସାତ ଗଡ଼ନାୟକ । ୨୦୧୮ରେ ଶେଷ ଥର ପାଇଁ ରତ୍ନ ଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ରହିଛି ।

ପୂର୍ବରୁ ରତ୍ନଭଣ୍ଡାରରୁ ପାଣି ଝରୁଥିଲା, ରତ୍ନଭଣ୍ଡାରର ଚଟାଣରେ କିଛି ପଥର ପଡିଥିଲା, କାନ୍ଥ ମଝିରେ ଫାଟ ଥିବାର ଆୱାଜ ଆସିଥିଲା, ବର୍ତ୍ତମାନ ରତ୍ନଭଣ୍ଡାର ସଂରକ୍ଷଣର ନିହାତି ଆବଶ୍ୟକତା ରହିଛି। ମାମଲା ଏବେ କୋର୍ଟରେ ବିଚାରଧୀନ ରହିଛି। କୋର୍ଟ ଯେତେଶୀଘ୍ର ମରାମତି ପାଇଁ ନିର୍ଦ୍ଦେଶ ଦେବେ। ସେତେ ଶୀଘ୍ର ମରାମତି କରାଯିବ ବୋଲି କହିଛନ୍ତି ASI ପୁରୀ ମଣ୍ଡଳ ଅଧିକ୍ଷକ ଡକ୍ଟର ଦିବିସାଦ ଗଡ଼ନାୟକ । ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ASI ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି ।

ଏହା ବି ପଢନ୍ତୁ- ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚଙ୍କୁ ନେଇ ପ୍ରଶ୍ନବାଚୀ, ହାଇକୋର୍ଟରେ ପ୍ରତି ଜବାବ ଦାଖଲ କଲେ ଆବେଦନକାରୀଙ୍କ ଓକିଲ

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ୪ ପକ୍ଷଙ୍କୁ ନୋଟିସ ଜାରି କରିଥିଲେ ଓଡ଼ିଶା ହାଇକୋର୍ଟ । ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏଏସଆଇ ଡିଜି ଓ ଅଧୀକ୍ଷକଙ୍କୁ ନୋଟିସ ଜାରି କରିଥିଲେ କୋର୍ଟ । ଅଗଷ୍ଟ ୭ ତାରିଖ ସୁଦ୍ଧା ଜବାବ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସତ୍ୟପାଠ ଦାଖଲ କରିଛି ASI । ସୂଚନା ଥାଉ କି ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ଆବେଦନ କରାଯାଇଛି ।

ଏହା ବି ପଢନ୍ତୁ- ଅକ୍ଟୋବର 3ରେ ଓଡ଼ିଶା ବନ୍ଦ ! ରତ୍ନଭଣ୍ଡାର ଓ ଚାରି ଦ୍ବାର ଖୋଲିବା ଦାବିରେ ତାତିଲା ଜଗନ୍ନାଥ ସେନା

ରତ୍ନଭଣ୍ଡାରର ଚାବି ହଜାଇଥିବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରିବା ସହ ସିବିଆଇ ଦ୍ବାରା ତଦନ୍ତ କରିବା ପାଇଁ ଆବେଦନକାରୀ କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି । ହାଇକୋର୍ଟର ବୈଷୟିକ କମିଟି ଏବଂ ASI ଚିଠି ସତ୍ତ୍ଵେ ରତ୍ନଭଣ୍ଡାର ମରାମତି ନକରି ଏହାକୁ ବିପଦ ସଙ୍କୁଳ ଅବସ୍ଥାରେ ରଖିବା ହେତୁ ଏଥିପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ ସିବିଆଇ ଦ୍ଵାରା ତଦନ୍ତ କରିବା ପାଇଁ ପ୍ରାର୍ଥନା କରିଛନ୍ତି ଆବେଦନକାରୀ । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି । ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲ୍ଲାପାଳ, ASI, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଇଟିଭି ଭାରତ, କଟକ

Last Updated : Sep 26, 2023, 5:32 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.