ETV Bharat / state

ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

କଟକ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଦେବେ ଯୋଗ । ଅଧିକ ପଢନ୍ତୁ

author img

By

Published : Jul 23, 2023, 7:38 PM IST

NLUର ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି

କଟକ: ଆସନ୍ତା 26 ତାରିଖ ଦିନ ଦିନିକିଆ କଟକ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏଥିପାଇଁ ବିଶ୍ୱବିଦ୍ୟାଳୟର ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଏହି ସମାରୋହ ଅବସରରେ 225ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ, 4 ଜଣଙ୍କୁ ଡ଼କ୍ଟରେଟ, 43 LLM, 178ଙ୍କୁ BALLM ଓ BBA LLM ଏବଂ 22 ଗୋଲ୍ଡ ମେଡାଲ୍‌ ପ୍ରଦାନ କରାଯିବ । ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଜଣେଶୀଲାଲ ଓ ହାଇକୋର୍ଟ ମୁଖ୍ୟବିଚାରପତି ଡ଼କ୍ଟର ଜଷ୍ଟିସ ଏସ୍‌ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ସୂଚନା ଦେଇଛନ୍ତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବେଦ କୁମାରୀ ।

ପ୍ରଫେସର ବେଦ କୁମାରୀ କହିଛନ୍ତି , "ଜାତୀୟ ଆଇନ୍ ବିଶ୍ଵବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ଆସନ୍ତା 26 ତାରିଖ ଦିନ 4.15 ମିନିଟ୍ ସମୟରେ ବିଶ୍ୱବିଦ୍ୟାଳୟର ଆମ୍ଫି ଥିଏଟର ହଲରେ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ଡିଗ୍ରୀ ପ୍ରଦାନ କରିବେ । ଚଳିତ ବର୍ଷ 22 ଜଣ ଛାତ୍ରଛାତ୍ରୀଙ୍କୁ ସ୍ଵର୍ଣ୍ଣ ପଦକ ପ୍ରଦାନ କରାଯିବ । ଏଥି ସହିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ରାଷ୍ଟ୍ରପତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯିବ । ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌ ମୂରଲୀଧର ଏବଂ ଆଇନ୍ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।" ଏହି ସାମ୍ବାଦିକ ସମ୍ମିଳନୀରେ ବିଶ୍ଵବିଦ୍ୟାଳୟର କୁଳସଚିବ ରଙ୍ଗିଣପଲ୍ଲବ ତ୍ରିପାଠୀ, ପରୀକ୍ଷା ନିୟନ୍ତ୍ରକ, ଡେପୁଟି ରେଜିଷ୍ଟ୍ରାର ପ୍ରମୁଖ ଉପସ୍ଥିତ ଥିଲେ ।
ଅଧିକ ପଢ଼ନ୍ତୁ:26ରେ କଟକ ଆସିବେ ରାଷ୍ଟ୍ରପତି: ସଜାଗ CMC, ପ୍ରସ୍ତୁତିରେ ରହିବନି ତ୍ରୁଟି

ତେବେ ରାଷ୍ଟ୍ରପତି ଜାତୀୟ ଆଇନ ବିଶ୍ଵବିଦ୍ୟାଳୟ ବାଦ୍ ହାଇକୋର୍ଟ, ଏସ୍‌ସିବି ମେଡିକାଲ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ କଟକ ଚଣ୍ଡୀ ମନ୍ଦିର ଯାଇ ମା'ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ ନଖରା ସ୍ଥିତ ବ୍ରହ୍ମକୁମାରୀ ଆଶ୍ରମ, ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରହାଳୟ, ସମେତ ଅନ୍ୟାନ୍ୟ କିଛି ସ୍ଥାନକୁ ରାଷ୍ଟ୍ରପତି ଯିବା ନେଇ ସୂଚନା ରହିଛି ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.