କଟକ: ଜୋରଦାର ହେଉଛି ନକଲି ଔଷଧ ଧରପଗଡ । ରାଜ୍ୟ ବାହାରୁ ଆସୁଥିବା ଔଷଧ ଉପରେ କଡା ନଜର ରଖିବାକୁ ଦିଆଯାଇଛି ନିର୍ଦ୍ଦେଶ । ଅନ୍ୟପଟେ ନକଲି ଔଷଧ କଳାବଜାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ।
ତେବେ କଟକରେ ନକଲି ଔଷଧକୁ ନେଇ ରାଜ୍ୟର ୬ଟି ଜିଲ୍ଲାର ବିଭିନ୍ନ ଡିଷ୍ଟ୍ରିବ୍ୟୁଟରଙ୍କ ନାମରେ କେସ ହୋଇଛି । ସେହିପରି କଳା ବଜାରୀକୁ ବରଦାସ୍ତ କରାଯିବ ନାହିଁ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି । କଟକର VR Agency, Puja Enterprises, Kayal Agency ଭଳି ୬ ଜଣଙ୍କ ନାମ ରେ ଓ ଝାରସୁଗୁଡାର ଶ୍ୟାମ ମେଡ଼ିକାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ଔଷଧ କାରବାର ଉପରେ ଚଢଉ ଓ ଧରପଗଡ ଜୋରଦାର କରାଯାଉଥିବା ବେଳେ ରାଜ୍ୟ ବାହାରୁ ଆସୁଥିବା ଔଷଧ ଉପରେ କଡ଼ା ନଜର ରଖାଯାଇଛି । ଏଥି ସହ ସମସ୍ତ ସମ୍ବେଦନଶୀଳ ଓ ସନ୍ଦେହାତ୍ମକ ଗୋଦାମ ଉପରେ ଚଢ଼ାଉ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଇଟିଭି ଭାରତ, କଟକ