ETV Bharat / state

ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଜସୱନ୍ତ ସିଂହ - ଜଷ୍ଟିସ ଜସୱନ୍ତ ସିଂହ

୧୯୮୦ରେ ସ୍ନାତକ ପାସ କରିବା ପରେ ସେ ମହର୍ଷି ଦୟାନନ୍ଦ ବିଶ୍ବବିଦ୍ୟାଳୟରୁ ଆଇନ ଓ ଏମବିଏ ଡିଗ୍ରି ହାସଲ କରିଥିଲେ। ୧୯୮୬ରେ ଆଇନଜୀବୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରଥମରୁ ଶୀର୍ଶା ଜିଲ୍ଲା ଅଦାଲତରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ୧୯୮୮ ଏପ୍ରିଲରୁ ସେ ଚଣ୍ଡିଗଡ଼କୁ ଆସି ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jan 26, 2023, 10:05 PM IST

ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଜସୱନ୍ତ ସିଂହ

କଟକ: ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଯଶୱନ୍ତ ସିଂହ। ସୁପ୍ରିମକୋର୍ଟ କଲେଜିୟମ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ କରିଛି। ବର୍ତ୍ତମାନ ଯଶୱନ୍ତ ଓଡିଶା ହାଇକୋର୍ଟ‌ର ବରିଷ୍ଠ ବିଚାରପତି ଅଛନ୍ତି। ପଞ୍ଜାବ ଓ ହରିଆଣା ହାଇକୋର୍ଟରୁ ବଦଳି ପରେ ୨୦୨୧, ଅକ୍ଟୋବର ୮ ରେ ଜଷ୍ଟିସ ସିଂହ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।

୧୯୬୧, ଫେବ୍ରୁଆରି ୨୩ ରେ ହରିଆଣାର ରୋହତକଠାରେ ଜଷ୍ଟିସ ସିଂହ ଜନ୍ମ ଗ୍ରହଣ କରିଥିଲେ। ୧୯୮୦ରେ ସ୍ନାତକ ପାସ କରିବା ପରେ ସେ ମହର୍ଷି ଦୟାନନ୍ଦ ବିଶ୍ବବିଦ୍ୟାଳୟରୁ ଆଇନ ଓ ଏମବିଏ ଡିଗ୍ରି ହାସଲ କରିଥିଲେ। ୧୯୮୬ରେ ଆଇନଜୀବୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରଥମରୁ ଶୀର୍ଶା ଜିଲ୍ଲା ଅଦାଲତରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ୧୯୮୮ ଏପ୍ରିଲରୁ ସେ ଚଣ୍ଡିଗଡ଼କୁ ଆସି ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ।

ସେ ହରିଆଣାର ଆସିଷ୍ଟାଣ୍ଟ ଆଡଭୋକେଟ ଜେନେରାଲ, ଡେପୁଟି ଆଡଭୋକେଟ ଜେନେରାଲ, ବରିଷ୍ଠ ଡେପୁଟି ଆଡଭୋକେଟ ଜେନେରାଲ ଓ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୦୭, ଡିସେମ୍ବର ୫ରେ ସେ ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଏହାପରେ ତାଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିଲା।

ଇଟିଭି ଭାରତ, କଟକ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.