ETV Bharat / state

ପୁରୀ ହାଜତ ମୃତ୍ୟୁ ମାମଲା; ସରକାରଙ୍କୁ ରିପୋର୍ଟ ତଲବ କଲେ ହାଇକୋର୍ଟ

ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

ପୁରୀ ହାଜତ ମୃତ୍ୟୁ ମାମଲା
ପୁରୀ ହାଜତ ମୃତ୍ୟୁ ମାମଲା
author img

By

Published : Nov 20, 2020, 5:13 PM IST

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି । ସୋମବାର ସୁଦ୍ଧା ଏ ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦେବା ପାଇଁ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀର ଆଇନଜୀବୀ ଶରତ କୁମାର ରାୟ ଗୁରୁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସୋମବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।

ସୂଚନାଯୋଗ୍ୟ ପୁରୀ ହାଜତ ମୃତ୍ୟୁ ମାମଲାରେ ପୁରୀର ଆଇନଜୀବୀ ଶରତ କୁମାର ରାୟ ଗୁରୁ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ । ଘଟଣାର ନିରପେକ୍ଷ ତଦନ୍ତ, ଉପଯୁକ୍ତ କ୍ଷତିପୂରଣ ସହ, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆବେଦନକାରୀ କୋର୍ଟରେ ପାର୍ଥନା କରିଥିଲେ । ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କୁ ଏହି ଘଟଣାରେ ପକ୍ଷଭୁକ୍ତ କରାଯାଇଛି । ତେବେ କୋର୍ଟ ଏହି ମାମଲାକୁ ଗ୍ରହଣ କରିବା ସହ ରିପୋର୍ଟ ତଲବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.