କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୦୦୫ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମଙ୍ଗଳବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୧ ଟି ମାମଲା ରୁଜୁ କରାଯାଇଛି । ଏହି ୨୧ ଟି ମାମଲା ମଧ୍ୟରୁ ୧୮ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ ହୋଇଛି । ସେହିପରି ୨ ଟି ମାମଲା ହୋମକ୍ବାରେଣ୍ଟାଇନ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ଗୋଟିଏ ମାମଲା ଅନ୍ୟାନ୍ୟ ମାମଲା ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ