ETV Bharat / state

ଥମିନି ପ୍ରେମ ବିବାଦ: ଆଉ ଜଣଙ୍କୁ ବିବାହ ପାଇଁ ସବରେଜିଷ୍ଟ୍ରାର ଅଫିସରେ ଆବେଦନ କଲେ ତିର୍ତ୍ତୋଲ ବିଧାୟକ

author img

By ETV Bharat Odisha Team

Published : Oct 5, 2023, 11:54 AM IST

Updated : Oct 5, 2023, 3:25 PM IST

ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ । ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ସବରେଜିଷ୍ଟ୍ରାରଙ୍କ ନିକଟରେ ଆବେଦନ କଲେ ବିଧାୟକ ବିଜୟ ଶଙ୍କର ଦାସ । ଅଧିକ ପଢନ୍ତୁ

ବିବାହ ପାଇଁ  ଆବେଦନ କଲେ ତିର୍ତ୍ତୋଲ ବିଧାୟକ !
ବିବାହ ପାଇଁ ଆବେଦନ କଲେ ତିର୍ତ୍ତୋଲ ବିଧାୟକ !

ବିବାହ ପାଇଁ ସବରେଜିଷ୍ଟ୍ରାର ଅଫିସରେ ଆବେଦନ କଲେ ତିର୍ତ୍ତୋଲ ବିଧାୟକ

କଟକ: ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ପ୍ରେମ ବିବାଦରୁ ସମ୍ପୂର୍ଣ୍ଣ ମୁକୁଳି ପାରିନଥିବା ବେଳେ ଅନ୍ୟତ୍ର ବିବାହ କରିବାକୁ ଯାଉଛନ୍ତି ବିଜୟ ଶଙ୍କର । ତିର୍ତ୍ତୋଲ ବିଧାୟକ ବିବାହ ପାଇଁ କଟକ ସବ-ରେଜିଷ୍ଟ୍ରାରଙ୍କ ନିକଟରେ ଆବେଦନ କରିଛନ୍ତି । ହେଲେ ବାନ୍ଧବୀ ସୋମାଲିକାଙ୍କୁ ନୁହେଁ, ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାକୁ ସେ ଆବେଦନ କରିଛନ୍ତି । ଏନେଇ କଟକ ସବ ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ମାସ ୨୧ ତାରିଖରେ ବିବାହ ପାଇଁ କଟକ ସବ-ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଆବେଦନ କରିଛନ୍ତି ବିଜୟ । ଆବେଦନର ଏକ ମାସ ପରେ ଉଭୟ ସବ-ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ହାଜର ହେବେ । ଏହି ସମୟରେ ୩ ଜଣ ସାକ୍ଷୀ ମଧ୍ୟ ଉପସ୍ଥିତ ରହିବେ । ତେବେ ୯୦ ଦିନ ମଧ୍ୟରେ ବିବାହ ପ୍ରକ୍ରିୟା ଶେଷ ହେବ ବୋଲି କଟକ ଜିଲ୍ଲା ସବରେଜିଷ୍ଟ୍ରାର ଗୋପବନ୍ଧୁ ପରିଡା ସୂଚନା ଦେଇଛନ୍ତି । ତେବେ ଯେଉଁ ଯୁବତୀଙ୍କ ସହ ବିଧାୟକଙ୍କ ନୂଆ ପ୍ରେମ ଗଢି ଉଠିଥିବା ଚର୍ଚ୍ଚା ହେଉଥିଲା ସେହି ଯୁବତୀଙ୍କ ସହିତ ବିବାହ ପାଇଁ ସେ ଆବେଦନ କରିଥିବା ଚର୍ଚ୍ଚା କରିଛନ୍ତି ।

ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ଏହି ଯୁବତୀଙ୍କ ସହ ବିଜୟ ଶଙ୍କରଙ୍କ ସମ୍ପର୍କ ନେଇ ଅନେକ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି । ସେମାନଙ୍କ ସମ୍ପର୍କକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟ ଜୋର ଧରିଥିଲା । ଥାନାଠାରୁ ଆରମ୍ଭ କରି କୋର୍ଟ ପର୍ଯ୍ୟନ୍ତ ମାମଲା ପହଞ୍ଚିଥିଲା । ସୋମାଲିକାଙ୍କ ଅଭିଯୋଗ ବିଜୟ ଶଙ୍କରଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରି ରଖିଛି । ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଜୟ ଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ବିଧାୟକ କ୍ଲିନଚିଟ୍ ପାଇ ନାହାନ୍ତି । ଏଭଳି ସ୍ଥିତିରେ ସେ ଅନ୍ୟ ଜଣେ ଯୁବତୀଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଆବେଦନ କରିଛନ୍ତି । ପୁଣି ବିବାହ ପାଇଁ ଆବେଦନ ବିଜୟ ଶଙ୍କରଙ୍କ ପାଇଁ ଆଗକୁ ଅଡ଼ୁଆ ସୃଷ୍ଟି କରିବ କି ନାହିଁ ତାହା ଦେଖିବାକୁ ବାକି ରହିଲା ।

ଏହାମଧ୍ୟ ପଢନ୍ତୁ : Tirtol MLA-Somalika Controversy: ମୁଖ୍ୟମନ୍ତ୍ରୀଙ୍କୁ ସୋମାଲିକାଙ୍କ ପ୍ରଶ୍ନ, ମୁଁ କଣ ମହିଳା ନୁହେଁ ?

ପୂର୍ବତନ ବାନ୍ଧବୀ ସୋମାଲିକା ଦାସ ଏହି ଯୁବତୀଙ୍କ ସହ ବିଜୟ ଶଙ୍କରଙ୍କ ସମ୍ପର୍କ ନେଇ ଅନେକ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି । ସେମାନଙ୍କ ସମ୍ପର୍କକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟ ଜୋର ଧରିଥିଲା। ଥାନା ଠାରୁ ଆରମ୍ଭ କରି କୋର୍ଟ ପର୍ଯ୍ୟନ୍ତ ମାମଲା ପହଁଚିଥିଲା। ସୋମାଲିକାଙ୍କ ଅଭିଯୋଗ ବିଜୟ ଶଙ୍କରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରି ରଖିଛି । ପୂର୍ବତନ ବାନ୍ଧବୀ ସୋମାଲିକା କୋର୍ଟରେ ବିଧାୟକ ବିଜୟ ଶଙ୍କରଙ୍କ ନାଁରେ କରିଥିବା ଅଭିଯୋଗରୁ ବିଜୟ ଶଙ୍କର କ୍ଲିନଚିଟ୍ ପାଇ ନାହାନ୍ତି । ଏଭଳି ସ୍ଥିତିରେ ବିଜୟ ଶଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଆବେଦନ କରିଛନ୍ତି । ପୁଣି ବିବାହ ପାଇଁ ଆବେଦନ ବିଜୟ ଶଙ୍କରଙ୍କ ପାଇଁ ଆଗକୁ ଅଡ଼ୁଆ ସୃଷ୍ଟି କରିବ କି ନାହିଁ ତାହା ସମୟ ସାପେକ୍ଷ।

ଇଟିିଭି ଭାରତ, କଟକ

Last Updated : Oct 5, 2023, 3:25 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.