କଟକ: ସିଏମସିରେ ଖସିବାରେ ଲାଗିଛି କୋରୋନା ଟ୍ରେଣ୍ଡ । ଆଜି(ଶୁକ୍ରବାର) କଟକ ମହାନଗର ନିଗମରେ ୩୭ କୋରୋନା ପଜେଟିଭ ଚିହ୍ନଟ କରାଯାଇଛି । ୬ ଜଣ ହୋମକ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।
ଏହାସହ ୨୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୪ ହଜାର ୭୭୫ ଆକ୍ରାନ୍ତ ଚିହ୍ନଟ କରାଯାଇ ଥିବାବେଳେ ୧୩ ହଜାର ୮୯୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।
୬୮ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୮୧୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ କଟକ ମହାନଗର ନିଗମ ଅଞ୍ଚଳରେ ଆଜି ଜଣଙ୍କର ମୃତୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ