ETV Bharat / state

କଟକରେ ଆଜି ୮୭ କୋରୋନା ପଜେଟିଭ ଚିହ୍ନଟ, ୩୦ ଲୋକାଲ କେସ

author img

By

Published : Oct 7, 2020, 10:29 PM IST

କଟକ ମହାନଗର ନିଗମରେ ଆଜି(ବୁଧବାର) ୮୭ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।

ଦେଢମାସ ପରେ କଟକରେ କମିଛି କୋରୋନା
କଟକରେ କମିଛି କୋରୋନା

କଟକ: ଦୀର୍ଘ ଦେଢ ମାସ ଧରି ସିଲଭରସିଟିରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଥିବାବେଳେ ଧିରେ ଧିରେ ଏହା ଏବେ ହ୍ରାସ ପାଉଛି । କଟକ ମହାନଗର ନିଗମରେ ଆଜି(ବୁଧବାର) ୮୭ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୦ ଜଣ ହୋମକ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୭ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଏହାସହ ୩୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୩ ହଜାର ୨୧ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲାବେଳେ ୧୧ ହଜାର ୪୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୫୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୧୪୭୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଦେଢ଼ମାସ ପରେ ସହରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.