କଟକ: ସୋମବାର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଭାବେ ଗ୍ରହଣ କରିବେ ଏସ ମୁରଲୀଧର । ଆସନ୍ତାକାଲି(ରବିବାର) ଓଡିଶାରେ ପହଞ୍ଚିବା ପରେ ସୋମବାର ଶପଥ ଗ୍ରହଣ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୁରଲୀଧର କାର୍ଯ୍ୟରେ ଯୋଗଦେବେ । ରାଜଭବନରେ ଅନୁଷ୍ଠିତ ହେବ ଶପଥ ସମାରୋହ ।
ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ କ୍ରମେ ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଏନେଇ ବିଜ୍ଞପ୍ତି ଜାରି କରିଥିଲେ । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି ।
ବିଚାରପତି ଏସ ମୁରଲୀଧର 2006 ମସିହାରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ପରେ ତାଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଥିଲା ।
ଭୋପାଳ ଗ୍ୟାସ ଲିକ ଏବଂ ନର୍ମଦା ନଦୀବନ୍ଧ ବିସ୍ଥାପିତଙ୍କ ମାମଲା ଲଢି ଚର୍ଚ୍ଚାକୁ ଆସିଥିଲେ ମୁରଲୀଧର । 2006ରେ ଦିଲ୍ଲୀ ହାଇକୋର୍ଟରେ ସେ ଅନେକ ଗୁରୁତ୍ବପୂର୍ଣ୍ଣ ମାମଲାର ରାୟ ପ୍ରଦାନ କରିଥିଲେ ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ