କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବିଚାରବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି । ରାଷ୍ଟ୍ରପତିଙ୍କ ମୋହର ପରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ କୌଲ ଓ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିଏମ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ।
୨୦୨୩ ଜାନୁଆରୀ ୧୭ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅନ୍ୟ ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ମିଶ୍ର ଓ ବେହେରାଙ୍କ ନାଁ ସୁପାରିସ କରିଥିଲେ । ଏହି ସୁପାରିସ ସହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ସହମତ ହୋଇଥିଲେ । ଏହାପରେ ମିଶ୍ର ଓ ବେହେରାଙ୍କ ନିଯୁକ୍ତି ସମ୍ପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯିବା ସହିତ ଏ ନେଇ ସୁପାରିସ କରାଯାଇଛି।
ଏହା ବି ପଢନ୍ତୁ- ଶପଥ ନେଲେ ଓଡିଶା ହାଇକୋର୍ଟର ୨ ନୂଆ ବିଚାରପତି
ଶିବ ଶଙ୍କର ମିଶ୍ର ଜୟପୁରଠାରେ ୧୯୬୮ ମେ ୩ରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଲ' କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ । ୧୯୯୧ରୁ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି । ସେହିଭଳି ଭାବେ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ ୨୩ରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବରେ କାର୍ଯ୍ୟରତ ଅଛନ୍ତି ।
-
In exercise of the power conferred by the Constitution of India, the President of India, after consultation with the Chief Justice of India, is pleased to appoint the following as Judges / Additional Judges of High Courts. I convey my best wishes to them:- pic.twitter.com/mrzNZCG3vN
— Arjun Ram Meghwal (@arjunrammeghwal) September 2, 2023 " class="align-text-top noRightClick twitterSection" data="
">In exercise of the power conferred by the Constitution of India, the President of India, after consultation with the Chief Justice of India, is pleased to appoint the following as Judges / Additional Judges of High Courts. I convey my best wishes to them:- pic.twitter.com/mrzNZCG3vN
— Arjun Ram Meghwal (@arjunrammeghwal) September 2, 2023In exercise of the power conferred by the Constitution of India, the President of India, after consultation with the Chief Justice of India, is pleased to appoint the following as Judges / Additional Judges of High Courts. I convey my best wishes to them:- pic.twitter.com/mrzNZCG3vN
— Arjun Ram Meghwal (@arjunrammeghwal) September 2, 2023
ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସମ୍ପର୍କିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ ମିଶ୍ର ୧୯୯୧, ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିଲେ । ତାଙ୍କର ୩୦ ବର୍ଷର ଆଇନଜୀବୀ ଭାବେ ଅନୁଭବ ରହିଛି। ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କ ସ୍ବତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ ରେକର୍ଡ ଅଛନ୍ତି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଛନ୍ତି ।
ତାଙ୍କର ଅତି ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ମିଶ୍ର ଉପଯୁକ୍ତ ବୋଲି ସୁପ୍ରିମକୋର୍ଟ କଲେଜିୟମ ସମ୍ପର୍କିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି । ସେହିଭଳି ଭାବେ ବେହେରା ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଚାରବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବେହେରା ଉପଯୁକ୍ତ ବୋଲି ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ସମ୍ପର୍କିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଓଡ଼ିଶା ହାଇକୋର୍ଟ କଲେଜିୟମ ଅନ୍ୟ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀଙ୍କ ନାଁ ଅନୁମୋଦନ ନ କରି, ବିଚାରପତି ଭାବେ ନିଯୁକ୍ତି ପାଇଁ ବେହେରାଙ୍କ ନାଁ ପ୍ରସ୍ତାବ ଦେଇଥିଲେ । ଓଡ଼ିଶା ହାଇକୋର୍ଟ କଲେଜିୟମରେ ଗ୍ରହଣ କରାଯାଇଥିବା ପ୍ରସ୍ତାବରେ ଏ ନେଇ କେତେକ କାରଣ ଦର୍ଶାଯାଇଥିଲା । ହାଇକୋର୍ଟ କଲେଜିୟମ ମତ ସହିତ ସୁପ୍ରିମକୋର୍ଟ କଲେଜିୟମ ସହମତ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ।
ଇଟିଭି ଭାରତ, କଟକ