କଟକ:ଯୋବ୍ରା ଆନିକଟ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ମୃତ ଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ହତ୍ୟା ନାଁ ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ । ଅନ୍ୟପଟେ ଉକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ