ETV Bharat / state

ତାଲାବନ୍ଦ ନିୟମ ଉଲ୍ଲଂଘନ, ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୨୪ଟି ମାମଲା ରୁଜୁ - ରାଜ୍ୟରେ ତାଲାବନ୍ଦ ନିୟମ ଉଲଙ୍ଘନ

ଶନିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ତାଲାବନ୍ଦ ନିୟମ ଉଲଙ୍ଘନ ଅଭିଯୋଗରେ ରାଜ୍ୟର ବିଭିନ୍ନ ଥାନାରେ ୨୪ ଟି ମାମଲା ରୁଜୁ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଥାନାରେ ୨୪ ଟି ମାମଲା ରୁଜୁ

author img

By

Published : May 3, 2020, 8:23 PM IST

କଟକ: ତାଲାବନ୍ଦ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୯୪୮ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଶନିବାର ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୨୪ ଟି ମାମଲା ରୁଜୁ କରାଯାଇଛି ।

ଏହି ୨୪ ଟି ମାମଲା ମଧ୍ୟରୁ ୨୦ ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ ହୋଇଛି । ସେହିପରି ଗୋଟିଏ ମାମଲା ହୋମ କ୍ବାରେଣ୍ଟାଇନ ଉଲ୍ଲଂଘନ ପାଇଁ ରୁଜୁ କରାଯାଇଛି । ଆଉ ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଛି । ତେବେ ୨ ଟି ମାମଲା ଅନ୍ୟାନ୍ୟ ମାମଲା ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.