ETV Bharat / state

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ - ଜଙ୍ଗଲରୁ ଉଦ୍ଧାର ହେଲା ମୃତଦେହ

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ....

a dead body recovered from jungle in deogarh
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ
author img

By

Published : Sep 29, 2020, 9:19 AM IST

ଦେବଗଡ଼: ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ , ଦେବଗଡ ହରିହରପୁର ଗାଁର ଭକ୍ତବନ୍ଧୁ ମହାକୁଡ଼ ଗତ ଗୁରୁବାର ଠାରୁ ନିଖୋଜ ଥିଲେ । ସେ ଘରକୁ ନଫେରିବାରୁ ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ । ହେଲେ ତାଙ୍କର କୌଣସି ପତ୍ତା ମିଳିନଥିଲା ।

a dead body recovered from jungle in deogarh
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ

ସୋମବାର ବାଘମୁଣ୍ଡା ଗାଁ ନିକଟସ୍ଥ ଜଙ୍ଗଲରେ ଥିବା ଏକ ନାଳରେ ଭକ୍ତବନ୍ଧୁଙ୍କ ମୃତଦେହ ପଡିଥିବା ଦେଖି କିଛିଲୋକ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଛାନଭିନ ଚଳାଇଛି । ତେବେ, ଭକ୍ତବନ୍ଧୁଙ୍କୁ କେହି ଦୃର୍ବୃତ୍ତ ହତ୍ୟା କରି ଜଙ୍ଗଲରେ ପକାଇ ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି । ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।

ଦେବଗଡରୁ ସରୋଜ ଶତପଥି ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.