ଦେବଗଡ଼: ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର ପଞ୍ଚମହଲା ଗାଁ ନିକଟ 49 ନମ୍ବର ଜାତୀୟ ରାଜପଥରେ ବୁଧବାର ଅପରାହ୍ନରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣେ ଡ୍ରାଇଭର ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ଦେବଗଡ଼ ଅଭିମୁଖେ ଆସୁଥିବା ଏକ ଆଇରନ ବୋଝେଇ ଟ୍ରକ ସହିତ ପାଲଲହଡ଼ା ଅଭିମୁଖେ ଯାଉଥିବା ଏକ କମଳା ବୋଝେଇ ଟ୍ରକ ପଞ୍ଚମହଲା ଗାଁ ନିକଟ 49 ନମ୍ବର ଜାତୀୟ ରାଜପଥରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଆଇରନ ବୋଝେଇ ଟ୍ରକର ଡ୍ରାଇଭର ଚାପି ହୋଇଯିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ ଚାଳକ ପରିଚୟ ମିଳିପାରିନାହିଁ । ଘଟଣା ସମ୍ପର୍କରେ ଖବର ପାଇ ଦେବଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଟ୍ରକ ଦୁଇଟିକୁ ଜବତ କରିବା ସହିତ ମୃତ ଡ୍ରାଇଭରଙ୍କୁ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଛି ।
ଦେବଗଡ଼ରୁ ସରୋଜ ଶତପଥି, ଇଟିଭି ଭାରତ