ETV Bharat / state

ଦେବଗଡକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ନିର୍ମାଣ ହେବ 300 ଶଯ୍ୟା ବିଶିଷ୍ଟ ହସ୍ପିଟାଲ - ଦେବଗଡରେ ହସ୍ପିଟାଲ ନିର୍ମାଣ

ଦଶହରାରେ ଦେବଗଡବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇଁ ଜିଲ୍ଲାରେ ନିର୍ମାଣ ହେବ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ । ଅଧିକ ପଢନ୍ତୁ...

ଦେବଗଡବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,  ଜିଲ୍ଲାରେ ନିର୍ମାଣ ହେବ ୩ ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ
ଦେବଗଡବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଜିଲ୍ଲାରେ ନିର୍ମାଣ ହେବ ୩ ଶହ ଶଯ୍ୟା ବିଦେବଗଡବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଜିଲ୍ଲାରେ ନିର୍ମାଣ ହେବ ୩ ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲଶିଷ୍ଟ ହସ୍ପିଟାଲ
author img

By

Published : Oct 9, 2021, 1:55 PM IST

Updated : Oct 9, 2021, 2:24 PM IST

ଭୁବନେଶ୍ବର: ଦଶହରାରେ ଦେବଗଡବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ଜିଲ୍ଲାରେ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି । ଏହା ସହ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରାଯାଇଛି । ଏଥିରେ ଜିଲ୍ଲାର ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଓ ଗମନାଗମନ ପ୍ରକଳ୍ପ ମଧ୍ୟ ସାମିଲ ଅଛି ।

ଦେବଗଡକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ନିର୍ମାଣ ହେବ 300 ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇଁ ଜିଲ୍ଲାରେ ନିର୍ମାଣ ହେବ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ । ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ଶିକ୍ଷାର ବିକାଶ ଲାଗି ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଛନ୍ତି । ଆଜି ଦେବଗଡରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ଏହି ସବୁକାର୍ଯ୍ୟକ୍ରମର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାନ କରିଥିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Oct 9, 2021, 2:24 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.