ETV Bharat / state

ଶିଶୁ ମହୋତ୍ସବ ‘ସରଗିଫୁଲ’ ରେ ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ - ଅନୁସୂଚିତ ଜାତି ଜନଜାତି

ଦେବଗଡ଼ ଜିଲ୍ଲା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସରଗିଫୁଲ’ ଅନୁଷ୍ଠିତ ହୋଇଯାଇଛି । ଅଧିକ ଖବର ପଢନ୍ତୁ...

ଫଟୋ ସୌଜନ୍ୟ- ପ୍ରତିନିଧି, ଦେବଗଡ
author img

By

Published : Nov 20, 2019, 8:33 PM IST

ଦେବଗଡ଼: ଜିଲ୍ଲା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସରଗିଫୁଲ’ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ଜିଲ୍ଲାର ମୋଟ ସାତୋଟି ଆଶ୍ରମ ବିଦ୍ୟାଳୟ ଅଧ୍ୟୟନ କରୁଥିବା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗର ଶିଶୁମାନେ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାର ପ୍ରଦର୍ଶନ କରିଥିଲେ ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ଦେବଗଡ

ଏହି ଶିଶୁ ମହୋତ୍ସବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଦେବଗଡ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଭିନସେଣ୍ଟ ପୁନମକାନ୍ତ ଏକ୍କା ଯୋଗ ଦେଇଥିଲେ । ଏହି ମହୋତ୍ସବରେ ଜିଲ୍ଲାର ବାରାକୋଟ ଓ ତିଳେଇବଣି ବ୍ଲକରେ ଥିବା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ମୋଟ ସାତୋଟି ଆଶ୍ରମ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ ।

ଏହି ପରିପ୍ରେକ୍ଷୀରେ ଛୋଟ ଛୋଟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଙ୍ଗୀତ, ନୃତ୍ୟ , ତର୍କ , ବତ୍କୃତା ଓ ସାଧାରଣ ଜ୍ଞାନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବରେ କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।

ଦେବଗଡରୁ ସରୋଜ କୁମାର ଶତପଥୀ, ଇଟିଭି ଭାରତ

Intro:ଦେବଗଡ଼ ଜିଲ୍ଲା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟ ରେ ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସ୍ୱରାଗିଫୁଲ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବ ରେ ଜିଲ୍ଲାର ମୋଟ ସାତୋଟି ଆଶ୍ରମ ବିଦ୍ୟାଳୟ ରେ ଅଧ୍ୟୟନ କରୁଥିବା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗର ଶିଶୁ ମାନେ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭା ର ପ୍ରଦର୍ଶନ କରିଥିଲେ ।

Body:ଆଜି ସ୍ଥାନୀୟ ଇନଡୋର ଷ୍ଟାଡିୟମ ଠାରେ ଦେବଗଡ ଜିଲ୍ଲା ଅନୁସୂଚୀତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାର ମୋଟ ସାତୋଟି ଆଶ୍ରମ ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କୁ ନେଇ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗିଫୁଲ ଅନୁଷ୍ଠିତ ହୋଇଯାଇଛି । ଏହି ଶିଶୁ ମହୋତ୍ସବ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଦେବଗଡ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ଭିନସେଣ୍ଟ ପୁନମକାନ୍ତ ଏକ୍କା ଯୋଗ ଦେଇଥିଲେ । ଏହି ମହୋତ୍ସବ ରେ ଜିଲ୍ଲାର ବାରକୋଟ ଓ ତିଳେଇବନି ବ୍ଲକ ରେ ଥିବା ଅନୁସୂଚିତ ଜାତି ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ମୋଟ ସାତୋଟି ଆଶ୍ରମ ଉଚ୍ଚ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତା ରେ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭା ର ପ୍ରଦର୍ଶନ କରିଥିଲେ । ଏହି ପରିପ୍ରେକ୍ଷୀ ରେ ଛୋଟ ଛୋଟ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ସଙ୍ଗୀତ ନୃତ୍ୟ ତର୍କ ବକୃତା ଓ ସାଧାରଣ ଜ୍ଞାନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

Conclusion:ଏହି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ରେ କୃତ୍ତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ଓ ଆମନ୍ତ୍ରିତ ଅତିଥି ଯୋଗ ଦେଇ ପ୍ରୟିଯୋଗୀତା ରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ ।
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.