ଢେଙ୍କାନାଳ: ଚଳିତ 2019-20 ଶିକ୍ଷାବର୍ଷରୁ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର କରାଯିବା ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ଚିଠି ଆସିବା ପରେ କଲେଜରେ ଚାପା ଉତ୍ତେଜନା ପ୍ରକାଶ ପାଇଛି ।
ଶନିବାର ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଅଶ୍ବିନ ମିଶ୍ର କଲେଜକୁ ଯାଇ ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଛନ୍ତି ।
କଲେଜର ଛାତ୍ରଛାତ୍ରୀମାନେ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ଏହାକୁ ନେଇ ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାର ପ୍ରତ୍ୟାହାରକୁ ପ୍ରତିବାଦ କରି ଛାତ୍ରଛାତ୍ରୀମାନେ ଢେଙ୍କାନାଳ ବିଧାୟକ ସୁଧୀର ସାମଲଙ୍କ ସହ ଆଲୋଚନା କରିବା ସହ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ।
ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ