ETV Bharat / state

କେନ୍ଦୁଝର ପରେ ଢେଙ୍କାନାଳ, ଦନ୍ତା ହାତୀର ମୃତଦେହ ଉଦ୍ଧାର - ଦନ୍ତା ହାତୀ ମୃତଦେହ ଉଦ୍ଧାର

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇ ଥିବାବେଳେ ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଅଧିକ ପଢନ୍ତୁ...

ଢେଙ୍କାନାଳରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର
ଢେଙ୍କାନାଳରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର
author img

By

Published : Jul 20, 2021, 12:51 PM IST

ଢେଙ୍କାନାଳ: ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ବମ୍ପା ସେକ୍ସନ ଅଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରିଛି ବନ ବିଭାଗ । ଦନ୍ତା ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ହାତୀଟିର ବୟସ ୮ ରୁ ୧୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି ।

ଢେଙ୍କାନାଳରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ ଢେଙ୍କାନାଳ ଜିଲ୍ଲା ଠେଙ୍ଗା ଗ୍ରାମ ନିକଟସ୍ଥ ବିଲମାଳରେ ଏକ ହାତୀର ମୃତ୍ୟୁ ହୋଇଥିବା ନେଇ ହିନ୍ଦୋଳ ବନ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଖବର ପାଇ ବନାଞ୍ଚଳର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ମୃତଦେହ ଜବତ କରିଛନ୍ତି । ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ଘଟିଛି ସେନେଇ ସ୍ପଷ୍ଟ ହୋଇନାହିଁ ।

ବନ ବିଭାଗ ହାତୀର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଅନ୍ୟପଟେ କୌଣସି ରୋଗରେ ଆକ୍ରାନ୍ତ ହୋଇ ହାତୀର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.