ETV Bharat / state

ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ - ଢେଙ୍କାନାଳରେ ସଚେତନତା କାର୍ଯ୍ୟକ୍ରମ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଅଧିକ ପଢନ୍ତୁ...

ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ

author img

By

Published : Dec 23, 2020, 8:23 PM IST

ଢେଙ୍କାନାଳ: ଜିଲ୍ଲା କାମାକ୍ଷାନଗର ଉପଖଣ୍ଡରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମ୍ୟାଲେରିଆ ନିରାକରଣ ପାଇଁ ପ୍ରୟାସ କରାଯାଉଛି । ଫଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କାମାକ୍ଷାନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଉପଲକ୍ଷେ ବୁଧବାର କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନା ପରିସରରେ ଜିଲ୍ଲା ମ୍ୟାଲେରିଆ ନିରାକରଣ କମିଟି ଓ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ ମିଳିତ ଆନୁକୂଲ୍ୟରେ ଲୋକମାନଙ୍କୁ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଛି l

ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ

ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ବିଧାୟକ ତଥା ଓଡିଶା ସରକାରଙ୍କ ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉଦଘାଟନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ କାମାକ୍ଷାନଗର ଉପଜିଲ୍ଲାପାଳ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଏସଡିଏମଓ କାମାକ୍ଷାନଗର ପ୍ରମୁଖ ଉପସ୍ଥିତ ଥିଲେ l ସରକାରଙ୍କ ତରଫରୁ ମ୍ୟାଲେରିଆକୁ ସମ୍ପୂର୍ଣ ଭାବେ ନିରାକାରଣ ପାଇଁ ଅନୁଷ୍ଠିତ ହେଉଥିବା ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡିକର ଜନସାଧାରଣ ଲାଭ ଉଠାଇବାକୁ ମୁଖ୍ୟ ଅତିଥି ପରାମର୍ଶ ଦେଇଥିଲେ l କାମାକ୍ଷାନଗର ଏନଏସି ମଧ୍ୟରେ ଅଙ୍ଗନବାଡି କର୍ମୀମାନଙ୍କ ଦ୍ୱାରା ଆଜି(ବୁଧବାର) ଠାରୁ ପ୍ରତ୍ୟେକ ଘର ଘର ବୁଲି ମଶାରୀ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.