ETV Bharat / state

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଶିକ୍ଷକ ମୃତ

author img

By

Published : Sep 8, 2020, 5:48 PM IST

ଭଗବାନପୁର ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ବାଇକରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ।

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ

ଢେଙ୍କାନାଳ: ଭଗବାନପୁର ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ବାଇକରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ।

ମୃତକ ହେଲେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ତରଭା ନୂଆଗାଁର ଅଜିତେନ୍ଦୁ ସ୍ୱାଇଁ । ଗୁରୁତର ଜଣଙ୍କ ତାଙ୍କ ସାଙ୍ଗ ବୃନ୍ଦାବନପୁରର ପ୍ରଦୀପ ଦାସ ବୋଲି ଜଣାପଡିଛି। ଉଭୟଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମାତ୍ର ପ୍ରଦୀପଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି ।

ଉଭୟେ ବାଇକରେ ଢେଙ୍କାନାଳ ଆଡକୁ ଆସୁଥିବାବେଳେ ଅନ୍ୟ ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା । ତେବେ ଅନ୍ୟ ବାଇକରେ ଥିବା ଯୁବକ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଅନ୍ୟପକ୍ଷେ ଉଭୟ ଢେଙ୍କାନାଳ ସରସ୍ବତୀ ଶିଶୁ ମନ୍ଦିରର ଶିକ୍ଷକ ବୋଲି ଜଣାପଡିଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.