ETV Bharat / state

କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

author img

By

Published : Dec 10, 2020, 4:40 PM IST

ଢେଙ୍କାନାଳ ମୁଖ୍ୟ ଷ୍ଟେସନରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଅଗ୍ନିକାଣ୍ଡ । ରେଳ ବିଭାଗର ତଦନ୍ତ ଜାରି । ଅଧିକ ପଢନ୍ତୁ...

କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଢେଙ୍କାନାଳ: ମାଲବାହୀ ଟ୍ରେନରେ ଅଗ୍ନିକାଣ୍ଡ । ଢେଙ୍କାନାଳ ମୁଖ୍ୟ ଷ୍ଟେସନରେ ଗୁରୁବାର ଛିଡା ହୋଇଥିବା ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନରେ ଏହି ଅଘଟଣ ଘଟିଛି । ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇନାହିଁ । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ରେଳ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।

ସୂଚନାଯୋଗ୍ୟ, ମାଲବାହୀ ଟ୍ରେନଟି ଛିଡା ହୋଇଥିବାବେଳେ ଗୋଟିଏ ବଗିରୁ ହଠାତ୍ ଧୂଆଁ ବାହାରିଥିବା କିଛି ଲୋକ ଦେଖିବାକୁ ପାଇଥିଲେ । ଟ୍ରେନର ଗୋଟିଏ ଓ୍ବାଗନରେ ନିଆଁ ଲାଗିଥିଲା । ପରେ ଖବର ପାଇ ଢେଙ୍କାନାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡି ନଥିବା ବେଳେ ବୋଝେଇ ହୋଇଥିବା କୋଇଲା ହିଁ ଏହି ଅଗ୍ନିକାଣ୍ଡର କାରଣ ହୋଇଥିବା ଅନୁମାନ କରାଯାଉଛି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.