ETV Bharat / state

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ଡାକ୍ତରଖାନାରେ ଚାପା ଉତ୍ତେଜନା

ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆସିଥିବା ଜଣେ ଯୁବକକୁ ଚିକିତ୍ସାରେ ଅବହେଳାକୁ ନେଇ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି ।

patient died negligence treatment
ରୋଗୀ ମୃତ୍ୟୁ ଅଭିଯୋଗ
author img

By

Published : Nov 1, 2020, 9:29 PM IST

ଢେଙ୍କାନାଳ: ରୋଗୀ ମୃତ୍ୟୁକୁ ନେଇ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଚାପା ଉତ୍ତେଜନା । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆସିଥିବା ଜଣେ ଯୁବକକୁ ଚିକିତ୍ସାରେ ଅବହେଳାକୁ ନେଇ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି ।

ତେବେ ଟାଉନ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିବା ଜଣାପଡିଛି । ମୃତକ ଯୁବକ ଜଣଙ୍କ ସ୍ଥାନୀୟ ଖମାର ସାହିର ନରେନ୍ଦ୍ର ନାୟକ । ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ମାତ୍ର ଡାକ୍ତର ତାଙ୍କୁ ମୃତ ବୋଲି କହିଥିଲେ । ପରେ ସେ ଜୀବିତ ଥିବା ପରିବାର ଲୋକ ଜାଣିବାକୁ ପାଇଥିଲେ । ଯାହାକୁ ନେଇ ଡାକ୍ତରଖାନାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ପରେ ପୁଣି ଡାକ୍ତରଙ୍କ ପାଖକୁ ନେବାରେ ବିଳମ୍ବ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଏହାକୁ ନେଇ ଚିକିତ୍ସାରେ ଅବହେଳାକୁ ଦାୟୀ କରିଛନ୍ତି ପରିବାର ଲୋକ ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.