ପାରଳାଖେମୁଣ୍ଡି: ଗୋଷାଣୀ ବ୍ଲକର ଏବିଡିଓ କୋରୋନାରେ ହରାଇଲେ ଜୀବନ । ଗଜପତି ଜିଲ୍ଲାରେ ଆଉ ଜଣେ କୋଭିଡ ଯୋଦ୍ଧାଙ୍କ ଜୀବନ ନେଲା କୋରୋନା । ଗୋଷାଣୀ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଭିମନ୍ୟୁ ସାହୁ କୋରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ।
ବ୍ରହ୍ମପୁର କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଗଜପତି ଜିଲ୍ଲାପାଳ ଅନୁପମ ସାହା କହିଛନ୍ତି। ବ୍ରହ୍ମପୁର ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଶେଷ କୃତ୍ୟ ବେଳେ ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ