ETV Bharat / state

ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀ

ସମ୍ଭାବ୍ୟ ତୃତୀୟ ଲହରକୁ ଆଖି ଆଗରେ ରଖି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଅଧିକ ପଢନ୍ତୁ...

ପାରଳାଖେମୁଣ୍ଡିରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 25, 2021, 10:53 PM IST

ଗଜପତି: ଜିଲ୍ଲାର ପାରଳାଖେମୁଣ୍ଡିରେ 6 କିଲୋ ଲିଟର କ୍ଷମତା ବିଶିଷ୍ଟ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଏହି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ଲାଣ୍ଟ କାର୍ଯ୍ୟକାରୀ ହେବା ପରେ ଗଜପତି ଜିଲ୍ଲାବାସୀ ଉପକୃତ ହେବେ ବୋଲି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ କହିଛନ୍ତି ।

ପାରଳାଖେମୁଣ୍ଡିରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କୋରୋନା ମହାମାରୀ ଏବଂ ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ଗଜପତି ଜିଲ୍ଲାରେ ସ୍ଵାସ୍ଥ୍ୟର ଭିତ୍ତିଭୂମି ବିକାଶ ପାଇଁ ପ୍ରାୟ ୨ ଶହ କୋଟି ଟଙ୍କା ଆସିଛି । ଏହାକୁ ବିଭିନ୍ନ ନିର୍ମାଣରେ ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି । ଅକ୍ସିଜେନ ଅଭାବରୁ ଅନେକ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି । ଏଣୁ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ କରୁଛନ୍ତି । ପ୍ରତ୍ୟେକ ଜିଲ୍ଲାରେ ଏଭଳି ପ୍ଲାଣ୍ଟ ନିର୍ମାଣ କରାଯାଇ ଅକ୍ସିଜେନ ଅଭାବକୁ ଦୂର କରିବା ପାଇଁ ପ୍ରୟାସ କରାଯାଉଛି ।

ଜିଲ୍ଲାରେ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ସାସଂଦ କହିଛନ୍ତି । ସାରା ଦେଶରେ ଯେତେବେଳେ ଅକ୍ସିଜେନ ଅଭାବ ଦେଖାଦେଇଥିଲା ସେତେବେଳେ ଓଡିଶା ହିଁ ଅକ୍ସିଜେନ ଯୋଗାଇଥିଲା । ଆଜି(ଶୁକ୍ରବାର) ହୋଇଥିବା ଭୂମିପୂଜା କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ମୋହନା ବିଧାୟକ ଦାଶରଥୀ ଗମାଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅନୀତାରାଣୀ ବେହେରା, ଜିଲ୍ଲାପାଳ ଅନୁପମ ଶାହା, ସିଡିଏମଓ ଡ.ପ୍ରଦୀପ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.