ଗଜପତି: ଧିରେ ଧିରେ ରାଜ୍ୟରେ କୋରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ ଗଜପତିରେ ମଧ୍ୟ କୋରୋନା ମୁକାବିଲା ପାଇଁ କଟକଣା ଜାରି କରାଯାଇଛି ।
ସହରର ବିଭିନ୍ନ ସ୍ଥାନରେ ଲୋକଙ୍କୁ ସଚେତନ କରିବା ସଙ୍ଗେ ସଙ୍ଗେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ । ତେବେ ଏସଆରସିଙ୍କ ନିର୍ଦ୍ଦେଶ ଅନୁସାରେ ଆଗାମୀ ୧୨ ତାରିଖରୁ ନୂଆ ନିୟମ ଓ କଟକଣାକୁ ବଜାୟ ରଖିବା ପାଇଁ ଗଜପତି ଜିଲ୍ଲାପାଳ ଅନୁପମ ଶାହା ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ