ଗଜପତି: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ମଙ୍ଗବାର ରାତିଠାରୁ ହିଁ ବର୍ଷା ଲାଗି ରହିଛି । ଏହାସହ ଆକାଶ ମେଘୁଆ ରହିବା ସହ ପାଗ ମଧ୍ୟ କୋହଲା ରହିଛି । ଯାହାକୁ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।
ମଧ୍ୟରାତ୍ରିରୁ ବର୍ଷାର ପରିମାଣ ବଢିବାରେ ଲାଗିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆହୁରି 2ଦିନ ଧରି ବର୍ଷା ଲାଗି ରହିବ । ତେଣୁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ସତର୍କତା ଅବଲମ୍ବନ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏଥିପାଇଁ ଜିଲ୍ଲାର 7ଯାକ ବ୍ଲକର ବିଡ଼ିଓଙ୍କୁ ସତର୍କ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ତିନି ଜିଲ୍ଲା କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ