ଗଜପତି: ଗଜପତି ଜିଲ୍ଲା ରାଶିବାଡ ଘଟିରେ ଇସ୍ପାତ ବସ ଦୁର୍ଘଟଣାରେ ୮ରୁ ଅଧିକ ଆହତ । ବସଟି ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାତ୍ରା କରୁଥିଲା । ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଗଜପତି ଜିଲ୍ଲା ରାୟଗଡା ଥାନା ଅଞ୍ଚଳରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ, ଆଜି(ଶୁକ୍ରବାର)ସକାଳେ ଇସ୍ପାତ ନାମକ ଯାତ୍ରୀବାହୀ ବସ ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ସମୟରେ ରାଶିବାଡ ଘାଟିରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ବସରେ ୩୦ ଜଣ ଯାତ୍ରୀ ଥିବାବେଳେ ୮ରୁ ଅଧିକ ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରେ ବସ୍ ଡ୍ରାଇଭର ରହିଥିହା ନେଇ ମଧ୍ୟ ସୂଚନା ରହିଛି ।
ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ଜିରାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି । ବର୍ତ୍ତମାନ ମଧ୍ୟ ପୋଲିସ ଓ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣା ପରେ ରାଶିବାଡି ଘାଟିରେ ଗାଡିମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି ।
ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ