ଭଞ୍ଜନଗର(ଗଞ୍ଜାମ): ଭିଜିଲାନ୍ସ ଜାଲରେ ପୁଣିଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗର ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଯନ୍ତ୍ରୀଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି ।
ବିଷ୍ଣୁ ଚରଣ ସାହୁଙ୍କ କାର୍ଯ୍ୟାଳୟ ସମେତ ବୁଗୁଡ଼ାରେ ଥିବା ତାଙ୍କ ବାସଭବନରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ । ଚଢ଼ାଉରେ ଜଣେ ଅତିରିକ୍ତ ଏସ୍ପି, ୪ ଜଣ ଡିଏ୍ପି, ୯ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ରହିଛନ୍ତି । ଚଢ଼ାଉ ଶେଷରେ ବହିର୍ଭୂତ ସମ୍ପତିର ତାଲିକା ଜଣାଇ ଦିଆଯିବ ବୋଲି ଅତିରିକ୍ତ ଏସ୍ପି କହିଛନ୍ତି ।
ଇଟିଭି ଭାରତ, ଭଞ୍ଜନଗର