ଭଞ୍ଜନଗର: ବିଜେଡିରେ ସାମିଲ ହେଲେ ଶତାଧିକ ବିଜେପି କର୍ମୀ। ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଦଳ ଡ଼ିଆଁ ଆରମ୍ଭ ହୋଇଯାଇଛି l ଆଜି ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି ଶତାଧିକ କର୍ମୀ।
ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ଗ୍ରାମରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଶତାଧିକ ବିଜେପି କର୍ମୀ ଦଳ ଛାଡି ବିଜେଡିରେ ଯୋଗ ଦେଇଛନ୍ତି l ନବୀନ ବାବୁଙ୍କ ନିର୍ମଳ ଭାବମୂର୍ତ୍ତି ଏବଂ ସୁଶାସନରେ ଅନୁପ୍ରାଣିତ ହୋଇ ଆଜି ଘୋଡ଼ାପଲାଣ ପଞ୍ଚାୟତର ତିନିଶହ ବିଜେପି ପରିବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିରେ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି l
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗରିବ କଲ୍ୟାଣ ଯୋଜନା ଓ ବିକାଶ ଧାରାରେ ସାମିଲ ହେବା ପାଇଁ ବିଜେଡିରେ ସାମିଲ ହୋଇଛନ୍ତି । ଆଗାମୀ ଦିନରେ ଏହି ପଞ୍ଚାୟତରେ ବହୁ ଉନ୍ନତିମୂଳକ କାର୍ଯ୍ୟକ୍ରମ କରାଯିବ ବୋଲି ବିଧାୟକ ଶ୍ରୀକାନ୍ତ ସାହୁ କହିଛନ୍ତି l
ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ