ETV Bharat / state

5T ଅଧ୍ୟକ୍ଷଙ୍କ ହିଞ୍ଜିଳି ଗସ୍ତ; ବର୍ଷକରେ କାର୍ଯ୍ୟକାରୀ ହେବ ଶେରଗଡ ଓ ହିଞ୍ଜିଳିକାଟୁ ଜଳସେଚନ ପ୍ରକଳ୍ପ - ହିଞ୍ଜିଳି ଗସ୍ତରେ ଭିକେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଗସ୍ତ କରିଛନ୍ତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି । ଏହି ଅବସରରେ ହିଞ୍ଜିଳିବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । ଅଧିକ ପଢନ୍ତୁ

5T ଅଧ୍ୟକ୍ଷଙ୍କ ହିଞ୍ଜିଳି ଗସ୍ତ; ବର୍ଷକରେ କାର୍ଯ୍ୟକାରୀ ହେବ ଶେରଗଡ ଓ ହିଞ୍ଜିଳିକାଟୁ ଜଳସେଚନ ପ୍ରକଳ୍ପ

author img

By ETV Bharat Odisha Team

Published : Dec 16, 2023, 10:45 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଗସ୍ତ କରିଛନ୍ତି । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି । ଏହି ଅବସରରେ ହିଞ୍ଜିଳିବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି ।

ଆଜି ଅପରାହ୍ନରେ ପାଣ୍ଡିଆନ ସର୍ବ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଏହି ରୂପାନ୍ତର ଠିକ ସମୟରେ ଶେଷ ହୋଇଥିବାରୁ ସେ ଅଧିକାରୀ ମାନଙ୍କୁ ଧନ୍ୟବାଦ ଦେଇଛନ୍ତି । ସେହିଠାରୁ ସାରୁ ଛକ ଏବଂ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ସହିତ ସ୍ବାଗତ ଜଣାଇଛନ୍ତି । ପାଣ୍ଡିଆନ ହିଞ୍ଜିଳିକାଟୁ ମିନି ଷ୍ଟାଡିୟମରେ ହିଞ୍ଜିଳିକାଟୁ, ଶେରଗଡ ବ୍ଲକ ଏବଂ ହିଞ୍ଜିଳିକାଟୁ ପୌର ପରିଷଦ ଅଞ୍ଚଳ ସ୍ଥିତ ମହାବିଦ୍ୟାଳୟର ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଛନ୍ତି ।

ଅଧିକ ପଢନ୍ତୁ- ସ୍ପଷ୍ଟ କଲେ ପାଣ୍ଡିଆନ; 2024ରେ ଲଢିବେନି ନିର୍ବାଚନ, ଜନସେବା ମୋର ଲକ୍ଷ୍ୟ

ସେହିଠାରୁ ବିଜୁ ପଟ୍ଟନାୟକ ଛକ ନିକଟରେ ସ୍ଥାପିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଖଣ୍ଡରା, ବୁରୁପଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ, ମାରୁଡି, ଗୋବିନ୍ଦପୁର, ପଥରାଭାଜି, ସୁନାଥର, ଶୋଳଷଳା, ତାକରଡା, ଶେରଗଡ ଚାରିଛକରେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା, ଲୋକ ପ୍ରତିନିଧି ଓ ସମର୍ଥକ ତାଙ୍କର ଏହି ଗସ୍ତକୁ ସ୍ବାଗତ ଜଣାଇ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ଶେରଗଡସ୍ଥିତ ଗ୍ରାମ୍ୟ ଶିଳ୍ପ ପାର୍କରେ ମିଶନ ଶକ୍ତି ମା ମାନଙ୍କ ସହିତ ସେମାନଙ୍କ ଜୀବନ ଜୀବିକା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି । ଗ୍ରାମ୍ୟ ଶିଳ୍ପ ପାର୍କର ରଣନୀତି ଓ ବିଭିନ୍ନ ସମସ୍ୟାର ସମାଧାନ କରି ଗ୍ରାମାଞ୍ଚଳରେ ବଜାର ଦ୍ବାରା ପରିଚାଳିତ ଜୀବିକା ସୁଯୋଗ ସମ୍ପର୍କରେ ସେ ଆଲୋଚନା କରିଛନ୍ତି । ଉଦ୍ୟୋଗୀ ମାନଙ୍କୁ ଶିଳ୍ପ କ୍ଷେତ୍ରରେ ପ୍ରେରଣା, ଚାକିରୀ ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଅର୍ଥ ନୈତିକ ଉନ୍ନତିର ବିକାଶ ଧାରା କିଭଳି ବୃଦ୍ଧି ହେବ ସେଥି ନିମନ୍ତେ ଉଦ୍ଦିଷ୍ଟ ଗ୍ରାମ୍ୟ ଶିଳ୍ପ ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି । ପୋଷାକ ତିଆରି ୟୁନିଟ, ବଫେ କପ ପ୍ଲେଟ ପ୍ରସ୍ତୁତ ୟୁନିଟ, ଫୁଲ ଚାଷ, ବିୟୁଟି ପାର୍ଲର, ମକା ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ, ତୈଳ ଉତ୍ପାଦନ ୟୁନିଟ, ବେକରି ୟୁନିଟ, ଜୋତା ପ୍ରସ୍ତୁତ ୟୁନିଟର କାର୍ଯ୍ୟରତ ସଭ୍ୟା ଏବଂ ଏହି କାର୍ଯ୍ୟରେ ଯୋଡି ହେବାକୁ ଯାଉଥିବା ସଭ୍ୟା ମାନଙ୍କ ସହିତ ଆଲୋଚନା କରିଛନ୍ତି ।

ଶେରଗଡ ବ୍ଲକ କାର୍ଯ୍ୟାଳୟରେ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳର ହିତାଧିକାରୀ କୃଷକ ମାନଙ୍କ ସହିତ ସେମାନଙ୍କ ଚାଷ ଜମିରେ ଜଳ ଯୋଗାଣ ସମ୍ପର୍କରେ ଆଲୋଚନା କରିଛନ୍ତି । ଚାଷୀ ମାନଙ୍କର ବୃହତ୍ତର ସ୍ୱାର୍ଥ ସାଧନ ତଥା ରୋଜଗାର ବୃଦ୍ଧି ଓ କର୍ମ ସଂସ୍ଥାନ ନିମନ୍ତେ ଅନ୍ୟ ରାଜ୍ୟକୁ ପଳାୟନ ରୋକିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଏକର ଜଳସେଚନ ସୁନିଶ୍ଚିତ କରାଇବା ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ କହିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧ ବର୍ଷ ମଧ୍ୟରେ ୧୮୬.୪୭ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ଜରିଆରେ ଜଳସେଚିତ ଜମିର ପରିମାଣ ୯୩୧୪ ହେକ୍ଟରରୁ ୧୪୧୭୩ ହେକ୍ଟର ଅର୍ଥାତ ଶତକଡା ୫୯.୫୧ରୁ ୯୦.୫୬ ହେକ୍ଟରକୁ ବୃଦ୍ଧି ନିମନ୍ତେ ୬୬ଟି ପ୍ରକଳ୍ପ ମାଧ୍ୟମରେ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ କାର୍ଯ୍ୟକାରୀ କରାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସେଥିମଧ୍ୟରୁ ବୃହତ ଓ ମଧ୍ୟମ ଜଳସେଚନ ମାଧ୍ୟମରେ ୨୬୫୨ ହେକ୍ଟର, ହରଭଙ୍ଗୀ ଜଳସେଚନ ପ୍ରକଳ୍ପ ଦ୍ବାରା ଭୂତଳ ପାଇପ ଲାଇନ କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୩୩ଟି ପ୍ରକଳ୍ପ, ବୃହତ ଉଠା ଜଳସେଚନ ମାଧ୍ୟମରେ ୧୦୦୦ ହେକ୍ଟର ଓ ଉଠା ଜଳସେଚନ ୩୧ଟି ପ୍ରକଳ୍ପ ମାଧ୍ୟମରେ ୬୫୨ ହେକ୍ଟର ଜମିକୁ ଜଳସେଚନର ସୁବିଧା ଦିଆଯିବ । ସମୁଦାୟ ୨୧ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହା ଦ୍ଵାରା ଶେରଗଡ ବ୍ଲକର ପ୍ରାୟ ୧୦ ହଜାର ଚାଷୀ ଉପକୃତ ହୋଇପାରିବେ । ୨ୟ ପର୍ଯ୍ୟାୟରେ ଅବଶିଷ୍ଟ ଜମିକୁ ବିଭିନ୍ନ ଉଠା ଜଳସେଚନ ଯୋଜନା ଦ୍ୱାରା ଜଳସେଚନ କରାଯାଇ ଶତ ପ୍ରତିଶତ ଲକ୍ଷ୍ୟ ଖୁବଶୀଘ୍ର ହାସଲ କରାଯିବ ।

ଅଧିକ ପଢନ୍ତୁ- ଗଞ୍ଜାମ ଜିଲ୍ଲା ହେବ ପାଣ୍ଡିଆନଙ୍କ ପଲିଟିକ୍ସ ଗ୍ରାଉଣ୍ଡ !

ସେହିପରି ହିଞ୍ଜିଳି ପଞ୍ଚାୟତ ସମିତି ଅନ୍ତର୍ଗତ ୧୪୪୭୦ ହେକ୍ଟର ଚାଷପଯୋଗୀ ଜମି ମଧ୍ୟରୁ ୧୩,୭୭୯ ହେକ୍ଟର ତଥା ୯୫.୨୨ ଶତକଡା ଅଂଶ ଜମି ବିଭିନ୍ନ ଉତ୍ସ ମାଧ୍ୟମରେ ଜଳ ସେଚିତ ହେଉଛି । ଅବଶିଷ୍ଟ ୬୯୧ ହେକ୍ଟର ଚାଷ ଜମି ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୬୨୧ ହେକ୍ଟର ଜମିକୁ ବିଭିନ୍ନ ବିଭାଗ ଜରିଆରେ ତଥା ବୃହତ ଓ ମଧ୍ୟମ ଜଳସେଚନ ଯୋଜନା ମାଧ୍ୟମରେ ୨୧୯ ହେକ୍ଟର, କ୍ଷୁଦ୍ର ଜଳସେଚନ ମାଧ୍ୟମରେ ୧୧୦ ହେକ୍ଟର ଓ ଉଠା ଜଳସେଚନ ମାଧ୍ୟମରେ ୨୯୨ ହେକ୍ଟର ଏହିପରି ମୋଟ ଶତକଡା ୯୯.୫୦ ଭାଗ ଅଂଶରେ ଜଳସେଚନ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହୋଦୟ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଛନ୍ତି । ଏଥି ନିମନ୍ତେ ୨୦.୪୫ କୋଟି ବ୍ୟୟ କରାଯାଇ ମୋଟ ୧୩ଟି ଗ୍ରାମପଞ୍ଚାୟତ ଅଞ୍ଚଳରେ ୩୭ଟି ପ୍ରକଳ୍ପ ଜରିଆରେ ଲକ୍ଷ୍ୟ ହାସଲ କରାଯିବ । ଏହା ଦ୍ଵାରା ହିଞ୍ଜିଳି ବ୍ଲକର ପ୍ରାୟ ୨୦୦୦ ଚାଷୀ ଉପକୃତ ହେବେ । ଏହି କାର୍ଯ୍ୟ ଯେଭଳି ଉନ୍ନତ ମାନର ହେବ । ନିର୍ଦ୍ଧାରିତ ସମୟରେ ଶେଷ କରି କାର୍ଯ୍ୟକ୍ଷମ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ବ୍ଲକରେ ୨୦୭ କୋଟି ଟଙ୍କା ବ୍ୟୟରେ ୧୦୨ଟି ଜଳସେଚନା ପ୍ରକଳ୍ପ କରାଯିବ ବୋଲି ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାପଡିଛି ।

ଶେରଗଡରୁ ବ୍ରହ୍ମପୁର ଗସ୍ତ ମଧ୍ୟରେ ଅଲାରଗଡ, ପିପିଏମପୁର ଗ୍ରାମ୍ୟ, ରଙ୍ଗୁଣୀ ପାଲି ଗ୍ରାମ୍ୟ, ବଡଖଣ୍ଡି ଆବାସ କଲୋନୀ, ସମରଝୋଳ କାଳୀ ମନ୍ଦିର, କୁକୁଡାଖଣ୍ଡି, ଫାଷ୍ଟ ଗେଟ, ବିଜୁ ପଟ୍ଟନାୟକ ପାର୍କରେ ବିପୁଳ ସ୍ଥାନୀୟ ଜନ ସାଧାରଣ ଓ ଲୋକ ପ୍ରତିନିଧି ପାଣ୍ଡିଆନଙ୍କ ଏହି ଗସ୍ତକୁ ସ୍ବାଗତ ଜଣାଇବା ସହିତ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ପାଣ୍ଡିଆନ ବ୍ରହ୍ମପୁର ଠାରେ ଅବସ୍ଥିତ ମା’ ବୁଢୀ ଠାକୁରାଣୀ ମନ୍ଦିର ଗସ୍ତ କରିଛନ୍ତି । ଓଡିଶା ସରକାରଙ୍କ ସ୍ଥାପତ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ମା’ ବୁଢୀ ଠାକୁରାଣୀ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ସକାଶେ ୧୮.୯୧ କୋଟି ବ୍ୟୟରେ ମନ୍ଦିର ରେଖା ଦେଉଳ ଶୈଳୀରେ, ତିନିପାର୍ଶ୍ବ ମନ୍ଦିର ପିଢା ଦେଉଳ ଶୈଳୀରେ ନିର୍ମାଣ ହେବାକୁ ଥିବା କାର୍ଯ୍ୟ ଏବଂ ମୁଖ୍ୟ ଫାଟକର ନିର୍ମାଣ, ପୂଜାରୀ କକ୍ଷ, ଦୋକାନ ଗୃହ, ବହୁବିଧ ଗୃହର ନିର୍ମାଣ ସହିତ ପାରିପାର୍ଶ୍ବିକ ଉନ୍ନତି କିଭଳି କରାଯିବ ତାହା ସମୀକ୍ଷା କରିଛନ୍ତି । ଏହି କାର୍ଯ୍ୟ ଯଥାଶୀଘ୍ର ତ୍ବରାନ୍ବୀତ କରିବା ପାଇଁ ସେ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ଏହି ଗସ୍ତ ସମୟରେ ଜିଲ୍ଲାର ବହୁ ଲୋକ ପ୍ରତିନିଧି, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଓ ସଂପୃକ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.