ETV Bharat / state

ନିର୍ବାଚନ ପରି ହେବ କୋଭିଡ ଟୀକାକରଣ: ଗଞ୍ଜାମ ଜିଲ୍ଲାପାଳ - vaccination like election

କୋରୋନାର ଦ୍ୱିତୀୟ ଲହର ପ୍ରାଦୁର୍ଭାବକୁ ପ୍ରତିହତ କରିବା ନିମନ୍ତେ ଟୀକାକରଣ ଏକାନ୍ତ ଅପରିହାର୍ଯ୍ୟ । ଅଧିକ ପଢନ୍ତୁ...

ଜିଲ୍ଲାରେ କୋଭିଡ ଟୀକାକରଣ କାର୍ଯ୍ୟ ନିର୍ବାଚନ ପରି କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

author img

By

Published : Jun 3, 2021, 10:58 PM IST

ବ୍ରହ୍ମପୁର: କୋରୋନାର ଦ୍ୱିତୀୟ ଲହର ପ୍ରାଦୁର୍ଭାବକୁ ପ୍ରତିହତ କରିବା ନିମନ୍ତେ ଟୀକାକରଣ ଏକାନ୍ତ ଅପରିହାର୍ଯ୍ୟ । ମୋବାଇଲ୍ ଟିମ୍ ଗଠନ କରି ଦୁର୍ଗମ ପାହାଡିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୁଲାବିକାଳୀ, ପରିବା ବିକ୍ରେତା, ସେଲୁନ୍ ବାଲା, ତେଜରାତି ଦୋକାନୀ, ଗ୍ୟାରେଜରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଚିହ୍ନଟ କରି ଟୀକାକରଣ କାର୍ଯ୍ୟକୁ ତ୍ୱରାନ୍ୱୀତ କରିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ବିଡିଓ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାର ଜନଗହଳିପୂର୍ଣ୍ଣ ଅଞ୍ଚଳ, ବିଭିନ୍ନ ଛକ ସ୍ଥାନ, ଜନବସତି ଅଞ୍ଚଳ, ଦୁର୍ଗମ ଅଞ୍ଚଳରେ ନିର୍ବାଚନ ଢାଞ୍ଚାରେ ଟୀକାକରଣ କେନ୍ଦ୍ର କରି ଜନସାଧାରଣଙ୍କୁ ଟୀକାକରଣ କରାଇବେ । ଗ୍ରାମାଞ୍ଚଳ ଗୁଡିକରେ ସ୍ଥାନୀୟ ସରପଞ୍ଚ ଓ ସହରାଞ୍ଚଳରେ କାଉନସିଲରଙ୍କ ସହ ମିଶି ଟିକା ନେବାକୁ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଦିନକ ପୂର୍ବରୁ ଚିରୁକୁଟି ଦେବା ପାଇଁ ଜିଲ୍ଲାପାଳ କହିଥିଲେ।

ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦୈନିକ ଏହାର ସମୀକ୍ଷା କରିବା ସହ ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ। କୋରୋନା ଚେନ୍ ରୋକିବା ନିମନ୍ତେ ତହସିଲଦାରମାନେ ପୂର୍ବାହ୍ନ ୭ଘଟିକାରୁ ପୂର୍ବାହ୍ନ ୧୧ ଘ. ପର୍ଯ୍ୟନ୍ତ ଦୋକାନ ବଜାର ଗୁଡିକରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଉଛି କି ନାହିଁ ତାହା ତଦାରଖ କରିବା ପାଇଁ ଜିଲ୍ଲାପାଳ କହିଥିଲେ ।

ବୃଦ୍ଧ, ବୃଦ୍ଧା ଓ ଅକର୍ମଣ୍ୟ ବ୍ୟକ୍ତିବିଶେଷଙ୍କୁ ଗାଡିରେ ଆଣି ଟିକାକରଣ କରାଇବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଅନଲାଇନ୍ ଓ ଅଫଲାଇନରେ ରେଜିଷ୍ଟ୍ରେସନ କରିଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଟିକା ଦିଆଯିବ । ଟୀକାକରଣ କାର୍ଯ୍ୟ ଜିଲ୍ଲାରେ ଯେପରି ଶତପ୍ରତିଶତ ସଫଳତା ହାସଲ କରିବ ସେଥିପ୍ରତି ସମସ୍ତ ଅଧିକାରୀ, କର୍ମଚାରୀମାନେ ତତ୍ପରତା ପ୍ରକାଶ କରିବାକୁ ଜିଲ୍ଲାପାଳ କହିଥିଲେ ।

ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ, ବ୍ରହ୍ମପୁର ମହାନଗର ନିଗମ କମିଶନର ଡଃ ସିଦ୍ଧେଶ୍ବର ବଳିରାମ ବନ୍ଦାର, ବ୍ରହ୍ମପୁର ଉପଜିଲ୍ଲାପାଳ ଓ୍ବି. କୀର୍ତ୍ତି ଓ୍ବାସନ୍, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସା , ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜ ନଗର ଉପ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଉମା ଶଙ୍କର ମିଶ୍ର, ଜାତୀୟ ସ୍ୱାସ୍ଥ୍ୟ ମିଶନ୍ ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.