ETV Bharat / state

ଗଞ୍ଜାମରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ - ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଂଜନ ମିଶ୍ର କହିଛନ୍ତି । ଅଧିକ ପଢନ୍ତୁ...

ଗଞ୍ଜାମରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

author img

By

Published : Mar 2, 2021, 3:08 PM IST

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାରେ କୋଭିଡ ପଜିଟିଭ କେସ୍‌ ବଢିଥିବା ଦେଖିବାକୁ ମିଳିଥିଲା । ତେବେ ବର୍ତ୍ତମାନ କୋଭିଡ ନିୟନ୍ତ୍ରଣାଧୀନ ସ୍ଥିତିରେ ରହିଛି ବୋଲ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଂଜନ ମିଶ୍ର ସୂଚନା ଦେଇଛନ୍ତି ।

ବର୍ତ୍ତମାନ ଗଞ୍ଜାମ ଜିଲ୍ଲାରେ ପଜିଟିଭ ସଂଖ୍ୟା ନିୟନ୍ତ୍ରଣରେ ରହିଥିବାବେଳେ ପଜିଟିଭ ଆକ୍ରାନ୍ତଙ୍କ ଜିନୋମ(ନମୁନା) ILSକୁ ପଠାଯାଇଛି । ତେବେ ବାଲେଶ୍ବର ମଧ୍ୟ ପଜିଟିଭ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ଏହି ନମୁନାର ରିପୋର୍ଟକୁ ସେମାନେ NCDSକୁ ପଠାଇବେ । ଗଞ୍ଜାମରୁ ପଜିଟିଭ ବାହାରି ଥିବା ଜଣେ ଆକ୍ରାନ୍ତ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବେଳେ ତାଙ୍କ ପରିବାରର ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଂଜନ ମିଶ୍ର ସୂଚନା ଦେଇଛନ୍ତି ।

ତେବେ ବୁର୍ଲା ଭିସୁଟକୁ କଣ୍ଟେନମେଣ୍ଟ ଜୋନ ଘୋଷଣା ସମ୍ପର୍କରେ କହି ଡାକ୍ତର ମିଶ୍ର କହିଛନ୍ତି ଯେ ବର୍ତ୍ତମାନ ସୁସ୍ଥ ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ହଷ୍ଟେଲରେ ରଖାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ ରହିଛି । ତେବେ ବିଶ୍ବବିଦ୍ୟାଳୟରୁ କଣ୍ଟେନମେଣ୍ଟ ଜୋନ ହଟାଇବା ସମ୍ପର୍କରେ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.