ETV Bharat / state

ଗଞ୍ଜମକୁ ଶିଶୁ ଶ୍ରମିକ ମୁକ୍ତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦେଶ

ଗଞ୍ଜାମ ଜିଲ୍ଲାରେ ଯେପରି ଜଣେ ମଧ୍ୟ ଶିଶୁ ଶ୍ରମିକ ରହିବେ ନାହିଁ ତାହା ସୁନିଶ୍ଚିତ କରାନ୍ତୁ ବୋଲି କହିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଅଧିକ ପଢନ୍ତୁ...

author img

By

Published : Nov 17, 2020, 3:31 AM IST

ଗଞ୍ଜମକୁ ଶିଶୁ ଶ୍ରମିକ ମୁକ୍ତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦେଶ
ଗଞ୍ଜମକୁ ଶିଶୁ ଶ୍ରମିକ ମୁକ୍ତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦେଶ

ବ୍ରହ୍ମପୁର : ଏଣିକି ପ୍ରତି ବ୍ଲକରେ ହେଉଥିବା ସମସ୍ତ ଲାଇନ ବିଭାଗର ଉନ୍ନୟନ କାର୍ଯ୍ୟ ଗୁଡିକର ଭିତ୍ତି ସଂରଚନା ଉନ୍ନୟନ କମିଟି ଗଠନ କରାଯାଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ପରିଚାଳିତ ହେବ । ବ୍ଲକସ୍ତରରେ ଦେଖାଯାଉଥିବା ସମସ୍ୟାଗୁଡିକ ବିଡିଓଙ୍କ ସ୍ତରରେ ସମାଧାନ ହେବ । ବ୍ଲକ ସ୍ତରରେ ଯଦି ସମସ୍ୟାର ସମାଧାନ ହୋଇପାରୁନାହିଁ ତେବେ ଜିଲ୍ଲାସ୍ତରରେ ସେଗୁଡିକର ସମାଧାନ କରାଯିବ ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଅନୁଷ୍ଠିତ ଭିଡିଓ କନଭେରନ୍ସିଂରେ ଜଣାଇଛନ୍ତି ।

ବୈଠକରେ କୋଭିଡ-୧୯ ପରିଚାଳନା, ସ୍ୱଚ୍ଛ ଭାରତ ମିଶନର ଦ୍ୱିତୀୟ ଭାଗ କାର୍ଯ୍ୟ, ମୋ ୱାର୍ଡ , ଅଙ୍ଗନବାଡି କେନ୍ଦ୍ର, ଓଡିଶା ଆଦର୍ଶ ବିଦ୍ୟାଳୟ ଓ ବିଦ୍ୟାଲୟ ଗୁଡିକର ସଫେଇ କାର୍ଯ୍ୟ , ଅଙ୍ଗନବାଡି ଶିଶୁ ମାନଙ୍କୁ ପୋଷାକ ବଣ୍ଟନ ଇତ୍ୟାଦି ସଂପର୍କରେ ଆଲୋଚନା ହୋଇଯାଇଛି । ସମସ୍ତ ଦୋକାନ ଗୁଡିକରେ ପଞ୍ଚସୂତ୍ରୀ ନିୟମ ପାଳନ, ସାମାଜିକ ଦୂରତା ଓ ଧରପଗଡ ଦିଗରେ କଡାକଡି କରିବାକୁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାର ସ୍ଥାନୀୟ ଲୋକଙ୍କ ଦ୍ୱାରା ସଂକ୍ରମଣର ଆଶା କ୍ଷୀଣ କିନ୍ତୁ ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମଣ ହେବାର ଯଥେଷ୍ଟ ସମ୍ଭାବନା ହେତୁ ଉତ୍ସବ ଦ୍ୱାରା ଯେମିତି ସଂକ୍ରମଣ ବ୍ୟାପିବ ନାହିଁ ସେଥିପ୍ରତି ନଜର ରଖିବାକୁ କୁହାଯାଇଛି । ସ୍ଥାନେ ସ୍ଥାନେ ଜଣେ କିମ୍ବା ଦୁଇଜଣ ସଂକ୍ରମିତ ବ୍ୟକ୍ତି ବାହାରୁଛନ୍ତି । ସେମାନଙ୍କ ପ୍ରତି ଧ୍ୟାନ ଦିଅନ୍ତୁ ବୋଲି କହିଛନ୍ତି ଜିଲ୍ଲାପାଳ ।

ଜିଲ୍ଲାପାଳ କହିଛନ୍ତି ଜିଲ୍ଲାରେ ଜଣେ ମଧ୍ୟ ଶିଶୁ ଶ୍ରମିକ ରହିବେ ନାହିଁ ତାହା ସୁନିଶ୍ଚିତ କରାନ୍ତୁ । କାମ ହେଉଥିବା ସ୍ଥାନରେ ଶ୍ରମିକମାନଙ୍କ ଅଧାର କାର୍ଡ ଯାଞ୍ଚ କରି ୧୪ ବର୍ଷରୁ କମ ପିଲା ଯେମିତି କାମ କରିବେ ନାହିଁ ତାହା ତଦାରଖ କରନ୍ତୁ । କାମବେଳେ କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହା ଶ୍ରମ ବିଭାଗର ଅଧିକାରୀ ମାନେ ଯାଞ୍ଚ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାପାଳ ଆହୁରି ମଧ୍ୟ କହିଛନ୍ତି, ମୋଗେହ୍ଲା ଝିଅ , ନିର୍ଭୟ କଢି କାର୍ଯ୍ୟକ୍ରମ ଅନୁସାରେ ବାଲ୍ୟବିବାହ ରୋକିବା ନେଇ ପ୍ରଚଳିତ ନୀତି ନିୟମର ଯାଞ୍ଚ କରାଯାଉ । ନରେଗାରେ ସ୍ୱଚ୍ଛ ଭାରତ, ଗାଁ ଯେମିତି ସଫାସୁତରା ରହିବ ତାହାର ପରିଚାଳନା ଦେଖନ୍ତୁ । ଗାଁର ପରିମଳ ଓ ସଫା ସୁତରା ନଥିଲେ ସଂପୃକ୍ତ ଅଧିକାରୀଙ୍କୁ ଦାୟୀ କରାଯିବ । ନାଳ ନର୍ଦ୍ଦମା ଉପରେ ରହିଥିବା ଅନ ଅଧିକାରୀକୁ ହଟାଇ ତାହାର ସଫେଇ କାର୍ଯ୍ୟ ତ୍ୱରାନ୍ୱୀତ କରାଯାଉ । ମୋ ୱାର୍ଡର ସାହି କମିଟି ଗଠନ କରି ହ୍ୱାଟସ୍‌ଅପ ଗୃଫ କରି ପରିଚାଳାନ ଦିଗରେ ସମସ୍ତ ବ୍ୟବସ୍ଥା ଶୀଘ୍ର ଶେଷ କରନ୍ତୁ । ସେ ସବୁ ଠିକ୍ ପରିଚାଳନା ହେଉଛି କି ନାହିଁ ତାହାର ତଦାରଖ ନିଜେ କ୍ଷେତ୍ର ପରିଦର୍ଶନ କରି ଜିଲ୍ଲାପାଳ ଦେଖିବେ ବୋଲି କହିଥିଲେ ।

ବୈଠକରେ ବ୍ରହ୍ମପୁର ମହାନଗର ନୀଗମ କମିସନର ଡଃ. ସିଦ୍ଧେଶ୍ୱର ବଳିରାମ ବନ୍ଦାର, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) କବିନ୍ଦ୍ର କୁମାର ସାହୁ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି , ଡିଆରଡିଏ ଏପିଡି (ପ୍ରଶାସକ) ଜ୍ୟୋତି ଶଙ୍କର ରାୟ , ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଡଃ. ଦିବ୍ୟ ଲୋଚନ ମହାନ୍ତ, ଜିଲ୍ଲା ମଙ୍ଗଳ ଅଧିକାରୀ ପରକ୍ଷୀତ ଦାଶ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନ , ଗଂଜାମ ଆରଟିଓ ବିକାଶ ଚୈାଧୁରୀ , ଭାରପ୍ରାପ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାଧନ ଚନ୍ଦ୍ର ଦାଶ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରବି ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.