ETV Bharat / state

ତାରା ତାରିଣୀ ମନ୍ଦିରର ଉନ୍ନୟନ କାର୍ଯ୍ୟ ଦେଖିଲେ ଜିଲ୍ଲାପାଳ

ତାରା ତାରିଣୀଙ୍କ ମନ୍ଦିରରେ ଚାଲିଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଅନୁଧ୍ୟାନ କରିଛନ୍ତି । ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଶେଷ ହେବ, ବିଭିନ୍ନ ଅଞ୍ଚଳରୁ ଆସୁଥିବା ଭକ୍ତ ମାନେ ସୁବିଧାରେ ମା’ଙ୍କ ଦର୍ଶନ କରିପାରିବେ ସେ ନେଇ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି ।

author img

By

Published : Jun 20, 2019, 11:29 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁରରୁ

ବ୍ରହ୍ମପୁର: ରାଜ୍ୟର ପ୍ରମୁଖ ଶକ୍ତିପୀଠ କୁହାଯାଉଥିବା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମାଆ ତାରା ତାରିଣୀଙ୍କ ମନ୍ଦିରରେ ଚାଲିଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକୁ ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁରରୁ

ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ କାର୍ଯ୍ୟକୁ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଧ୍ୟାନ କରିଥିଲେ । ପରେ ନିର୍ମାଣ କାର୍ଯ୍ୟ କିପରି ଶେଷ ହେବ, ବିଭିନ୍ନ ଅଞ୍ଚଳରୁ ଆସୁଥିବା ଭକ୍ତ ମାନେ ସୁବିଧାରେ ମା’ଙ୍କ ଦର୍ଶନ କରିପାରିବେ ସେ ନେଇ ଗୁରୁତ୍ୱାରୋପ କରିଛନ୍ତି ।

ଏଥିସହ ରାସ୍ତା ଓ ମନ୍ଦିର ପରିସରରେ ଏବଂ ଯାତାୟତ ପାଇଁ ଘାଟି ରାସ୍ତାରେ ଆଲୋକିକରଣ, ଗେଟ୍‌ ନିର୍ମାଣ, ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସହ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟଗୁଡିକ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଛତ୍ରପୁର ଉପ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ତାରା ତାରିଣୀ ଉନ୍ନୟନ ପରିଷଦର ସମ୍ପାଦକ ପ୍ରମୋଦ କୁମାର ପଣ୍ଡା, ପୂର୍ତ୍ତବିଭାଗ ନିର୍ବାହୀଯନ୍ତ୍ରୀ ଅବନୀକାନ୍ତ ଦାଶଙ୍କ ସମେତ ବିଦ୍ୟୁତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଅଧିକାରୀଙ୍କ ସହିତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

sample description
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.