ETV Bharat / state

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ, ଗଞ୍ଜାମ ପାଇଁ ୨୫୦ କୋଟି ମଞ୍ଜୁର

ଗଞ୍ଜାମ ଜିଲ୍ଲାର ୨୨ ବ୍ଳକରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ,୨୫୦ କୋଟି ଟଙ୍କାରେ ହେବ ୫୭୦୬ ପ୍ରକଳ୍ପ । ଅଧିକ ପଢନ୍ତୁ

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ , ଗଞ୍ଜାମ ପାଇଁ ୨୫୦ କୋଟି ମଞ୍ଜୁର

author img

By ETV Bharat Odisha Team

Published : Nov 3, 2023, 3:48 PM IST

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ , ଗଞ୍ଜାମ ପାଇଁ ୨୫୦ କୋଟି ମଞ୍ଜୁର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଶୁଭାରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ । ଜିଲ୍ଲାର ବିକାଶର ଗାଡି ଆଗକୁ ଗଡିବ । ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ଅନୁଦାନ ରାଶି । ଏହା ଜିଲ୍ଲାର ୧୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୨୨ ବ୍ଳକରେ ଶୁଭାରମ୍ଭ ହୋଇଛି । ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରର ଦ୍ୱାରା ଗାଁ ଗାଁରେ ପହଞ୍ଚିବ ବିକାଶ ।

ସୂଚନା ଯୋଗ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଦ୍ୱାରା ପ୍ରାୟ ୫୦୦ରୁ ଊର୍ଦ୍ଧ୍ବ ପଞ୍ଚାୟତରେ ୫୭୦୬ ଗୋଟି ପ୍ରକଳ୍ପରେ ଖର୍ଚ୍ଚ ହେବ ପ୍ରାୟ ୨୫୦ କୋଟି ୫୦ ଲକ୍ଷ ଟଙ୍କା । ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ୫ଟି ଅଧ୍ୟକ୍ଷଙ୍କ ଉପସ୍ଥିତରେ ଶୁଭାରମ୍ଭ କରାଯାଇଥିଲା । ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀର ରଙ୍ଗେଇଲୁଣ୍ଡା ବ୍ଲକର କନିଷି ଠାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଅତିଥି ଭାବେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଦେଇଥିଲେ ।

ଏହି ଅବସରରେ ଜିଲ୍ଲାର ୧୨ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୨୨ଟି ବ୍ଲକରେ ଏଭଳି କାର୍ଯ୍ୟକ୍ରମ ହୋଇଥିଲା । ଭିଡ଼ିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀର ରଙ୍ଗେଇଲୁଣ୍ଡା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଅର୍ଥ ମଞ୍ଜୁର କରାଯାଇଛି । ଏହି କାର୍ଯ୍ୟକ୍ରମ ଦ୍ୱାରା ପ୍ରତେକ ପଞ୍ଚାୟତର ସାମଗ୍ରୀକ ଉନ୍ନତି ନିମନ୍ତେ ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିବା ସୂଚନା ଦେଇଥିଲେ ।

ଏହା ମଧ୍ୟ ପଢନ୍ତୁ....ଆମ ଓଡ଼ିଶା ନବୀନ ଓଡ଼ିଶା, ରାୟଗଡ଼ା ପାଇଁ ୯୧ କୋଟିର ଅନୁଦାନ ମଞ୍ଜୁର

ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଡ଼ା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ , ଗଞ୍ଜାମ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ସି.ଏଚ୍ ରାଜେଶ୍ୱରୀ ଦୋରା , ରାଜ୍ୟ କାଜୁ ନିଗମର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣାଙ୍କ ସମେତ ରଙ୍ଗେଇଲୁଣ୍ଡା ବ୍ଳକର ସରପଞ୍ଚ, ସମିତିସଭ୍ୟ ଓ ଜିଲ୍ଲା ପରିଷଦର ସଦସ୍ୟ ମାନେ ଯୋଗ ଦେଇଥିଲେ ।

ଇଟିଭି ଭାରତ ,ବ୍ରହ୍ମପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.