ଭଞ୍ଜନଗର: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାହାଡା ଗାଁରେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଜାହାଡ଼ା ଗାଁର ବଡଦାଣ୍ଡରେ ଥିବା ଏକ ଷ୍ଟୋରକୁ ପ୍ରତାପ କୌଣସି କାମ ପାଇଁ ଯାଇ ସେଠାରେ ଠିଆ ହୋଇଥିଲେ । ହେଲେ ସେହି ଗାଁର ୨ ଜଣ ଯୁବକ ହଠାତ ପହଞ୍ଚି ଭୁଜାଲି ଓ କାତି ସାହଯ୍ୟରେ ଅତର୍କିତ ଆକ୍ରମଣ କରିଥିଲେ।
ଘଟଣା ସ୍ଥଳରେ ହିଁ ପ୍ରତାପଙ୍କ ମୃତ୍ୟୁ ହୋଇଯାଇଥିଲା। ଖବର ପାଇ ଆସିକା ଉପଖଣ୍ଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲକୁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି।
ଭଞ୍ଜନଗରରୁ ରଞ୍ଜନ ସ୍ୱାଇଁ, ଇଟିଭି ଭାରତ