ETV Bharat / state

Ganjam Accident: ସହାୟତା ରାଶି ଘୋଷଣା କଲେ ମୋଦି, ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଶୋକ

author img

By

Published : Jun 26, 2023, 9:12 AM IST

Updated : Jun 26, 2023, 12:38 PM IST

ଦିଗପହଣ୍ଡି ସଡକ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଅମିତ ଶାହ ଓ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

bus accident in digapahandi
bus accident in digapahandi

ଭୁବନେଶ୍ବର: ଦିଗପହଣ୍ଡିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ 12 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 8 ଜଣ ଆହତ ହୋଇଛନ୍ତି । ଏହି ଦୁଃଖଦ ଘଟଣାରେ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଡ. ଗଣେଶୀଲାଲ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୃତକଙ୍କ ପରିବାରକୁ 3 ଲକ୍ଷର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କେନ୍ଦ୍ର ସରକାରଙ୍କ ତରଫରୁ ମୃତକଙ୍କ ପରିବାକୁ 2 ଲକ୍ଷ ଟଙ୍କାର ସହାୟତା ଓ ଆହତଙ୍କୁ 50 ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।

  • ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏଥିସହ ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ₹୩ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।…

    — CMO Odisha (@CMO_Odisha) June 26, 2023 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି କହିଛନ୍ତି,''ଗଞ୍ଜାମ ଦିଗପହଣ୍ଡି ବସ୍ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି । ଦୁର୍ଘଟଣାରେ ମୃତକଙ୍କ ଅମର ଆତ୍ମାର ସଦଗତି କାମନା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।''

  • ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ । ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠି(PMNRF)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦…

    — PMO India (@PMOIndia) June 26, 2023 " class="align-text-top noRightClick twitterSection" data=" ">

ପ୍ରଧାନମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ । ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ ।

  • ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

    — President of India (@rashtrapatibhvn) June 26, 2023 " class="align-text-top noRightClick twitterSection" data=" ">

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ବିଟ କରି କହିଛନ୍ତି ଯେ, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

  • Anguished by the tragic road accident in Digapahandi (Odisha) that claimed precious lives. In this hour of grief, my thoughts are with their family members. May the Almighty give them the strength to bear this. I also pray for the speedy recovery of the injured.

    ଓଡ଼ିଶାର…

    — Amit Shah (@AmitShah) June 26, 2023 " class="align-text-top noRightClick twitterSection" data=" ">

କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଟ୍ବିଟ କରି କହିଛନ୍ତି ଯେ, ଓଡ଼ିଶାର ଦିଗପହଣ୍ଡିରେ ଘଟିଥିବା ଦୁଃଖଦ ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନ ଚାଲିଯାଇଛି । ମୃତକଙ୍କ ପରିବାକୁ ମୁଁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ସେମାନଙ୍କୁ ସହିବାକୁ ଶକ୍ତି ଦିଅନ୍ତୁ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

  • ଗଂଜାମ ଜିଲ୍ଲା ଦିଗପହଣ୍ଡି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।

    — Dharmendra Pradhan (@dpradhanbjp) June 26, 2023 " class="align-text-top noRightClick twitterSection" data=" ">

ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି କହିଛନ୍ତି,''ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମୁଁ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।''

  • ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଠାରେ ହୋଇଥିବା ବସ୍ ଦୁର୍ଘଟଣା ବିଷୟରେ ଜାଣି ମାନ୍ୟବର ରାଜ୍ୟପାଳ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ସେ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

    — Governor Odisha (@GovernorOdisha) June 26, 2023 " class="align-text-top noRightClick twitterSection" data=" ">

ରାଜ୍ୟପାଳ ଗଣେଶୀଲାଲ ଟ୍ବିଟ କରି କହିଛନ୍ତି ଯେ, ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଠାରେ ହୋଇଥିବା ବସ୍ ଦୁର୍ଘଟଣା ବେଶ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି। ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

ସିଏମଓ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ କରି କୁହାଯାଇଛି ଯେ, ଏହି ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦିଆଯିବ । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡା ତୁରନ୍ତ ଘଟଣାସ୍ଥଳକୁ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ-ଦିଗପହଣ୍ଡିରେ ଦୁଇ ବସ୍ ମୁହାଁମୁହିଁ ଧକ୍କା: 12 ମୃତ 8 ଆହତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମିଳିଥିବା ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତି ପ୍ରାୟ 1ଟା ସମୟରେ ଦିଗପହଣ୍ଡିରେ ଓଏସଆରଟିସି ବସ ଓ ଘରୋଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଓଏସଆରଟିସି ବସଟି ରାୟଗଡା ଗୁଡାରିରୁ ଭୁବନେଶ୍ବର ଆସୁଥିବା ବେଳେ ଏହି ସମୟରେ ଏକ ଘରୋଇ ଯାତ୍ରୀବାହୀ ବସ ବିବାହ ଭୋଜିରେ ଯୋଗ ଦେଇ ବ୍ରହ୍ମପୁରରୁ ଫେରୁଥିଲା । ହଠାତ୍‌ ଦିଗପହଣ୍ଡି ଠାରେ ଦୁଇ ବସ ପରସ୍ପରକୁ ଧକ୍କା ଦେଇଥିଲେ । ଫଳରେ ଘଟଣାସ୍ଥଳରେ 10 ଜଣଙ୍କର ମୃତ୍ୟୁ ହୋଇଥିଲା । ପରେ ଆଉ 2 ଜଣଙ୍କର ମୃତ୍ୟୁ ହୋଇଥିବା ଖବର ଆସିଥିଲା।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 26, 2023, 12:38 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.