ବ୍ରହ୍ମପୁର: ଫନି କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ସଂଗୃହୀତ ହୋଇଥିବା ରିଲିଫ୍ ସାମଗ୍ରୀକୁ ଏକତ୍ରିତ କରି ଜିଲ୍ଲା ମୁଖ୍ୟାଳୟରୁ ଦୁଇଟି ଟ୍ରକରେ କ୍ଷତିଗ୍ରସ୍ତ ଅଞ୍ଚଳକୁ ପଠାଯାଇଥିଲା ।
ଏଥିରେ ଗଞ୍ଜାମ ଏସ୍.ପି ବ୍ରିଜେଶ କୁମାର ରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ପୂର୍ବରୁ ବ୍ରହ୍ମପୁର ପୋଲିସ ପକ୍ଷରୁ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ରିଲିଫ୍ ସାମଗ୍ରୀ ପ୍ରଦାନ କରାଯାଇଥିଲା ।
ବ୍ରହ୍ମପୁରରୁ ସମୀର କୁମାର ଆଚାର୍ଯ୍ୟ, ଇଟିଭି ଭାରତ