ETV Bharat / state

ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

author img

By

Published : Feb 3, 2022, 9:57 AM IST

Updated : Feb 3, 2022, 5:31 PM IST

ପରଲୋକରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବ । ବୁଧବାର ରାତି ୧୧ଟା ବେଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ରାଜା ସାହେବ । ଅଧିକ ପଢନ୍ତୁ

ପୂର୍ବତନ ବିଧାୟକ ଉଦୟ ନାରୟଣ ଦେବଙ୍କ ପରଲୋକ
ପୂର୍ବତନ ବିଧାୟକ ଉଦୟ ନାରୟଣ ଦେବଙ୍କ ପରଲୋକ

ଭଞ୍ଜନଗର: ପରଲୋକରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବ । ବୁଧବାର ରାତି ୧୧ଟା ବେଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ରାଜା ସାହେବ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା।

୧୯୩୫ ମସିହା ଅକ୍ଟୋବର ମାସ ୨୦ ତାରିଖରେ ପୋଡ଼ାମାରିଗଡ଼ରେ ଜନ୍ମ ହୋଇଥିଲେ ଉଦୟ ନାରାୟଣ ଦେବ । ତିନି ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ସେ ମୋହନା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ରେ ସେ ଜନତା ପାର୍ଟି (ସେକ୍ୟୁଲାର) ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସ୍ବର୍ଗତ ଉଦୟ ନାରାୟଣ ଦେବଙ୍କର ଆଉ ଏକ ପରିଚୟ ଥିଲା । ଜଣେ ବିହଙ୍ଗ ବିଜ୍ଞାନୀ ଭାବେ ସେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ ।

  • ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

    — Naveen Patnaik (@Naveen_Odisha) February 3, 2022 " class="align-text-top noRightClick twitterSection" data=" ">

ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ କରି ନବୀନ ପଟ୍ଟନାୟକ କହିଛନ୍ତି ମୋହନା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ରହିଛି ବୋଲି ଟ୍ବିଟ କରିଛନ୍ତି ।

ସେହିପରି ତାଙ୍କର ଏହି ଦୁଃଖଦ ବିୟୋଗରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି । ସେହି ପ୍ରଜ୍ଞାପୁରୁଷଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।

ଭଞ୍ଜନଗରରୁ ରଞ୍ଜନ ସ୍ୱାଇଁ, ଇଟିଭି ଭାରତ

Last Updated : Feb 3, 2022, 5:31 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.