ବ୍ରହ୍ମପୁର: ମଦ ବିକ୍ରିକୁ କେନ୍ଦ୍ର କରି ଖଲ୍ଲିକୋଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 6 ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗ୍ରାମରେ ।
ସୂଚନା ଅନୁଯାୟୀ, ଗତ କିଛି ଦିନ ଧରି ଗ୍ରାମରେ ମଦ ବିକ୍ରିକୁ ନେଇ ଏଭଳି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଏହା ଉଗ୍ର ରୂପ ନେଇଥିଲା । ଯାହାଫଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଏଥିରେ ଗୋଟିଏ ଗୋଷ୍ଠୀର ଖଣ୍ଡା ଓ ମାରଣାସ୍ତ୍ର ଆକମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବାବେଳେ 6 ଗୁରୁତର ହୋଇଛନ୍ତି ।
ସେମାନଙ୍କୁ ବ୍ରହ୍ମପୁର ଏମ୍.କେ.ସି.ଜିରେ ଭର୍ତ୍ତି କରାଯାଇଛି । ତେବେ 6 ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଏପଟେ ଘଟଣା ପରେ ଗ୍ରାମରେ ବ୍ୟାପକ ପୋଲିସ ମୃତୟନ ହୋଇଥିବାବେଳେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ