ETV Bharat / state

ଆମ୍ୱତୋଟାରୁ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ - ଖଣ୍ଡରା ଗ୍ରାମରେ ଅଭାବନୀୟ ଘଟଣା

ଆମ୍ବତୋଟାରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖଣ୍ଡରା ଗ୍ରାମରେ । ଅଧିକ ପଢନ୍ତୁ

ଆମ୍ୱତୋଟାରୁ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

author img

By

Published : May 8, 2022, 11:51 AM IST

ବ୍ରହ୍ମପୁର: ଖଣ୍ଡରା ଗ୍ରାମରେ ଅଭାବନୀୟ ଘଟଣା । ଆମ୍ବତୋଟାରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖଣ୍ଡରା ଗ୍ରାମରେ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖଣ୍ଡରା ଗ୍ରାମ ନିକଟରେ ରହିଥିବା ଏକ ଆମ୍ବ ଗଛରେ ଯୁବକ ଯୁବତୀଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା ।

ଆମ୍ୱତୋଟାରୁ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ଖବରପାଇ ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଉଭୟଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ପ୍ରେମ ପାଇଁ ଏହି ଭଳି ଜଘନ୍ୟ କାଣ୍ଡ ହୋଇଥିବା ନେଇ ସନ୍ଦେହ ପ୍ରକାଶ କରାଯାଉଛି । ପୋଲିସ ଉଭୟଙ୍କ ପର୍ସ, ଏଟିଏମକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଏହି ଯୁବକ, ଯୁବତୀ କେଉଁ ପରିସ୍ଥିତିରେ ଆମ୍ବତୋଟାକୁ ଆସିଲେ ଏବଂ ଏହା ଆତ୍ମହତ୍ୟା ନା ଏହି ଘଟଣା ପଛର ଆଉ କିଛି କାରଣ ରହିଛି ତାହା ପୋଲିସର ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.