ETV Bharat / state

ଭିଜିଲାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି

author img

By

Published : Jan 9, 2023, 7:29 PM IST

ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅଞ୍ଚଳରେ ଭିଜିଲାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ । ଅଧିକ ପଢ଼ନ୍ତୁ

ମରଣାନ୍ତକ ଆକ୍ରମଣ ପରେ କଟକ ବଡ଼ ମେଡିକାଲରେ ଭିଜିଲାନ୍ସ କର୍ମଚାରୀ

ଜଗତସିଂହପୁର: ରଘୁନାଥପୁର ଥାନା ଅଞ୍ଚଳରେ ଭିଜିଲାନ୍ସ କର୍ମଚାରୀଙ୍କୁ ଆକ୍ରମଣ । ଭିଜିଲାନ୍ସ ବିଭାଗରେ କାର୍ଯ୍ୟ କରୁଥିବା ଅଜିତ କୁମାର ବିଶ୍ବାଳ ନାମକ ଜଣେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ସେ ଗୁରୁତର ହେବାରୁ ପ୍ରଥମେ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ଭିଜିଲାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ଭିଜିଲାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ପୋଲିସଠାରୁ ମିଳିଥିବା ସୂଚନା ଅନୁଯାୟୀ ଭିଜିଲାନ୍ସ ବିଭାଗ କର୍ମଚାରୀ ଅଜିତ ବିଶ୍ବାଳ ଘରକୁ ଫେରିବା ସମୟରେ ରଘୁନାଥପୁର ନିକଟରେ ଥିବା ମା' ନାରାୟଣୀ ମନ୍ଦିର ନିକଟରେ କିଛି ଦୁର୍ବୁତ୍ତ ତାଙ୍କୁ ଶାବଳ, ଲୁହା ପାଇପ ଓ କାଠ ଫଳିଆରେ ଆକ୍ରମଣ କରିଥିଲେ । ଫଳରେ ଅଜିତଙ୍କ ଦୁଇ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି । ଖବର ପାଇ ରଘୁନାଥପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଜିତଙ୍କୁ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା । ତେବେ ତାଙ୍କର ଅବସ୍ଥା ଅଧିକ ଗୁରୁତର ହେବାରୁ ସେଠାରୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏ ସମ୍ପର୍କରେ ପରିବାର ପକ୍ଷରୁ ରଘୁନାଥପୁର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାର ତନାଘନା ଆରମ୍ଭ କରିଛି । ରିପୋର୍ଟ ଲେଖା ସୁଦ୍ଧା ଏହି ଘଟଣାରେ ପୋଲିସ କାହାକୁ ଗିରଫ କରିପାରିନାହିଁ ।

ଇଟିଭି ଭାରତ, ଜଗତସିଂହପୁର

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.