ETV Bharat / state

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ତତ୍ପରତା, ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କଲା ମତ୍ସ୍ୟ ବିଭାଗ - ମତ୍ସ୍ୟ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ବାରା ପ୍ରଚାର

ଆସୁଛି ବାତ୍ୟା । ଆସନ୍ତାକାଲି ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ । ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ପାରାଦ୍ବୀପ ନେହେରୁ ବଙ୍ଗଳା ମାଛଧରା ବନ୍ଦର ପରିସରରେ ମତ୍ସ୍ୟ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯିବା ସହିତ ସମୁଦ୍ରରେ ରହିଥିବା ମତ୍ସ୍ୟଜୀବୀଙ୍କୁ କୁଳକୁ ଫେରିଆସିବାକୁ ସତର୍କ କରାଯାଇଛି । ଅଧିକ ପଢ଼ନ୍ତୁ

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ତତ୍ପରତା, ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କଲା ମତ୍ସ୍ୟ ବିଭାଗ

author img

By

Published : Oct 19, 2022, 10:04 PM IST

ପାରାଦ୍ଵୀପ: ଆସନ୍ତାକାଲି ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ । ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ(Cyclonic Circulation) ଆସନ୍ତାକାଲି ଲଘୁଚାପରେ ପରିଣତ ହେବ । ଏନେଇ ସମୁଦ୍ର ଅଶାନ୍ତ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି । ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଧୀରେ ଧୀରେ ଘନେଇବାରେ ଲାଗିଛି । ମତ୍ସ୍ୟ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ବାରା ମତ୍ସ୍ୟଜୀବୀଙ୍କୁ କୁଳକୁ ଫେରିଆସିବାକୁ ସତର୍କ କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନର ତତ୍ପରତା, ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କଲା ମତ୍ସ୍ୟ ବିଭାଗ

ଶୁକ୍ରବାର ସକାଳ ୮.୩୦ ସୁଦ୍ଧା ଦକ୍ଷିଣ ପୂର୍ବ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଅକ୍ଟୋବର ୨୨ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ଏହାର ୪୮ ଘଣ୍ଟା ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ । ୨୪ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ ।

ଏହା ମଧ୍ୟ ପଢ଼ନ୍ତୁ...କାଲି ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାପରେ ସମୁଦ୍ରରେ ପବନର ବେଗର ୪୫ ରୁ ୫୫ କିମି ରହିବ । କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଏହା ୬୫ କିମି ମଧ୍ୟ ଛୁଇଁପାରେ । ଏଥିପାଇଁ ଅକ୍ଟୋବର ୨୨ ଓ ୨୩ ତାରିଖରେ ଓଡ଼ିଶା ଉପକୁଳରେ ଥିବା ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ କୁହାଯାଇଛି । ପାରାଦ୍ବୀପ ନେହେରୁ ବଙ୍ଗଳା ମାଛଧରା ବନ୍ଦର ପରିସରରେ ମତ୍ସ୍ୟ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ବାରା ପ୍ରଚାର କରାଯିବା ସହିତ ସମୁଦ୍ରରେ ରହିଥିବା ମତ୍ସ୍ୟଜୀବୀଙ୍କୁ କୁଳକୁ ଫେରି ଆସିବାକୁ ସତର୍କ କରାଯାଇଛି । ଏହା ସହ ଗଭୀର ସମୁଦ୍ର ଯିବାକୁ ମଧ୍ୟ ବାରଣ କରାଯାଇଛି ।

ଇଟିଭି ଭାରତ, ଜଗତସିଂହପୁର

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.